ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ପିଲାଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ

ଭୁବନେଶ୍ୱର,୧୦ା୮(ଅସମାପିକା ସାହୁ): ରାଜ୍ୟର ଘରୋଇ ତଥା ଅଣଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ୫-ଟି ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି।

ଆଗାମୀ ଶିକ୍ଷାବର୍ଷ ୨୦୨୪-୨୫ରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ମାଗଣା ପାଠ୍ୟପୁସ୍ତକ ରାଜ୍ୟ ସରକାର ଯୋଗାଇ ଦେବେ। ଏହା ଦ୍ୱାରା ରାଜ୍ୟର ୩୬୨୦ଟି ଘରୋଇ ତଥା ଅଣଅନୁଦାନପ୍ରାପ୍ତ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୯ କୋଟି ୪୩ ଲକ୍ଷ ଟଙ୍କା ବାର୍ଷିକ ଖର୍ଚ୍ଚ କରିବେ।

ସୂଚନାଯୋଗ୍ୟ, ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟଗୁଡ଼ିକରେ ପାଠ ପଢୁଥିବା ପିଲାମାନେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବା ସହିତ ବିଭିନ୍ନ କ୍ଷେତ୍ରରେ ସେମାନଙ୍କର ଦକ୍ଷତା ମଧ୍ୟ ପ୍ରତିପାଦନ କରିଆସୁଛନ୍ତି। ରାଜ୍ୟ ସରକାର ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ମାଗଣା ପାଠ୍ୟପୁସ୍ତକ ଯୋଗାଇବା ସହ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ ଓ ଗୁଜରାଟ ଆଦି ରାଜ୍ୟରେ ଥିବା ଓଡ଼ିଆ ପିଲାମାନଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଗୋଟିଏ ରନ୍‌ଓ୍ବେରେ ୨ ବିମାନ ମୁହାଁମୁହିଁ, ଗୋଟିଏ କଲ୍‌ ପରେ…

ମୁମ୍ବାଇ,୮ା୭: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୋଟିଏ ରନଓ୍ବେରେ ଏୟାର ଇଣ୍ଡିଆର  ବିମାନ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ମୁହାଁମୁହିଁ ହେବା ପରେ ମୁମ୍ବାଇ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri