ବନ୍ଧକଙ୍କୁ ମୁକ୍ତ କର, ମାନବୀୟ ସହାୟତାକୁ ଅନୁମତି ଦିଅ

ଜାତିସଂଘ,୧୭ା୧୦: ଇସ୍ରାଏଲ୍‌ ଏବଂ ହମାସ୍‌ ମଧ୍ୟରେ ଯୁଦ୍ଧକୁ ୧୦ ଦିନ ବିତିଥିବାବେଳେ ଉଭୟ ପକ୍ଷରୁ ୪,୦୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଲାଣି। ହଜାର ହଜାର ଲୋକ ଆହତ ହୋଇଛନ୍ତି। ୨୩ ଲକ୍ଷ ଲୋକ ବସବାସ କରୁଥିବା ହମାସ୍‌ ଶାସିତ ଗାଜା ଷ୍ଟ୍ରିପ୍‌କୁ ଇସ୍ରାଏଲ୍‌ ସମ୍ପୂର୍ଣ୍ଣ ଅବରୋଧ କରି ରଖିଛି। ସେଠାକୁ ଖାଦ୍ୟ, ପାଣି, ଇନ୍ଧନ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଅବରୋଧକୁ ଆହୁରି ଜୋର୍‌ଦାର କରାଯିବ ବୋଲି ଇସ୍ରାଏଲ୍‌ ପ୍ରତିରକ୍ଷା ମନ୍ତ୍ରୀ ୟୋଭ୍‌ ଗାଲାଣ୍ଟ ସୋମବାର କହିଛନ୍ତି। ଇସ୍ରାଏଲରୁ ଅପହରଣ କରିନେଇ ବନ୍ଧକ ରଖିଥିବା ଲୋକମାନଙ୍କୁ ବିନା ସର୍ତ୍ତରେ ତୁରନ୍ତ ମୁକ୍ତ କରିଦେବାକୁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ହମାସ୍‌କୁ ଆହ୍ବାନ ଦେଇଛନ୍ତି। ଏହା ବ୍ୟତୀତ ଗାଜା ଷ୍ଟ୍ରିପ୍‌ର ଜନସାଧାରଣଙ୍କୁ ମାନବୀୟ ସହାୟତା ତୁରନ୍ତ ପହଞ୍ଚାଇବା ଲାଗି ଅନୁମତି ଦେବାକୁ ଇସ୍ରାଏଲ୍‌କୁ ଗୁଟେରେସ୍‌ ନିବେଦନ କରିଛନ୍ତି। ଏହା ଉଭୟ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏଥିରେ କୌଣସି ମୂଲଚାଲ ହେବା ଉଚିତ ନୁହେଁ। ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବା ଉପରେ ଗୁଟେରେସ୍‌ ଜୋର୍‌ ଦେଇଛନ୍ତି।
ଜାତିସଂଘ ମୁଖ୍ୟ କହିଛନ୍ତି, ଗାଜାରେ ପାଣି, ବିଜୁଳି ଅଭାବ ସାଙ୍ଗକୁ ଅତ୍ୟାବଶ୍ୟକ ସାମଗ୍ରୀ ସରିଆସିଲାଣି। ଜାତିସଂଘର ଖାଦ୍ୟ, ଅଣଖାଦ୍ୟ ସାମଗ୍ରୀ, ଔଷଧ ଓ ଇନ୍ଧନ ଆଦି ଇଜିପ୍ଟ, ଜୋର୍ଡାନ, ଓ୍ବେଷ୍ଟବ୍ୟାଙ୍କ ଏବଂ ଇସ୍ରାଏଲ୍‌ରେ ଗଚ୍ଛିତ ରହିଛି। ଯୋଗାଣ ପାଇଁ ମଧ୍ୟ ଜାତିସଂଘ କର୍ମଚାରୀ ଓ ଏନ୍‌ଜିଓ ସହଯୋଗୀମାନେ ଉପଲବ୍ଧ ରହିଛନ୍ତି। ଏହିସବୁ ସାମଗ୍ରୀ ତୁରନ୍ତ ଗାଜା ଜନସାଧାରଣଙ୍କ ପାଇଁ ଯୋଗାଇ ଦିଆଯିବା ଆବଶ୍ୟକ ବୋଲି ଗୁଟେରେସ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୧୨ ଜିଲାରେ ବାଲ୍ୟବିବାହ ସର୍ବାଧିକ, ସବୁଠୁ ଆଗରେ…

ଭୁବନେଶ୍ୱର,୨୨।୨ (ରବିନାରାୟଣ ଜେନା) : ଓଡ଼ିଶାର ବାଲ୍ୟବିବାହ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ୧୨ ଜିଲାରେ ବାଲ୍ୟବିବାହ ହାର ଜାତୀୟ ହାରଠାରୁ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri