Posted inଜାତୀୟ

ଦୀପାବଳି ସୁଦ୍ଧା ମୁକ୍ତ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୨୩।୪: ଦୀପାବଳି ସୁଦ୍ଧା ଭାରତ ଓ ବ୍ରିଟେନ ମଧ୍ୟରେ ବହୁପ୍ରତୀକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବାକୁ ଯାଉଛି। ଏହା ଦ୍ୱାରା ଚଳିତ ଦଶନ୍ଧି ଶେଷ ସୁଦ୍ଧା ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଓ ପୁଞ୍ଜିନିବେଶ ହୋଇପାରିବ ବୋଲି ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ କହିଛନ୍ତି। ଏଥିସହିତ ପ୍ରତିରକ୍ଷା ସହଯୋଗ ବୃଦ୍ଧି ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ବ୍ରିଟେନ ପ୍ରତିପକ୍ଷ ସହମତ ହୋଇଛନ୍ତି। ଦୁଇଦିନିଆ ଭାରତ ଗସ୍ତରେ ଆସିଥିବା ବୋରିସ୍‌ ଶୁକ୍ରବାର ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସ୍‌ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହି ଅବସରରେ ସେ ମୋଦିଙ୍କୁ ଖାସ୍‌ ଦୋସ୍ତ ବୋଲି କହିଛନ୍ତି। ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣରେ ଭାରତର ସ୍ଥିତିକୁ ନେଇ ପ୍ରଶ୍ନ ହେବାରୁ ବ୍ରିଟିଶ ପ୍ରଧାନମନ୍ତ୍ରୀ କହିଥିଲେ, ବୁଚାରେ ଯାହା ଘଟିଲା ନୂଆଦିଲ୍ଲୀ ଏହାର ଦୃଢ଼ ନିନ୍ଦା କରିଛି। ରୁଷିଆ ସହିତ ଭାରତର ଐତିହାସିକ ସମ୍ପର୍କ ରହିଛି ଓ ସମସ୍ତେ ଏହାକୁ ସମ୍ମାନ ଦିଅନ୍ତି। ବ୍ରିଟେନରେ ଖଲିସ୍ତାନୀ ତତ୍ତ୍ୱଙ୍କୁ ନେଇ ଭାରତର ଚିନ୍ତା ଉପରେ ସେ କହିଥିଲେ, କୌଣସି ଉଗ୍ରପନ୍ଥୀ ସଂଗଠନ ତାଙ୍କ ଦେଶରେ ଥାଇ ଅନ୍ୟ ଦେଶକୁ ଟାର୍ଗେଟ କରିବାକୁ ବରଦାସ୍ତ କରାଯିବ ନାହିଁ। ଅହମଦାବାଦରେ ସେ ନିଜକୁ ସଚିନ ତେନ୍ଦୁଲକର ଭଳି ଅନୁଭବ କରିଥିଲେ ଓ ଗୁଜରାଟ ଭ୍ରମଣ ବେଳେ ସବୁଆଡ଼େ ହୋର୍ଡିଂ ଦେଖି ଅମିତାଭ ବଚ୍ଚନ ଭଳି ଅନୁଭବ କରିଥିବା ବୋରିସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ ବଢ଼ିଯିବ ଦରମା

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାରଙ୍କ ୧ କୋଟିରୁ ଅଧିକ କର୍ମଚାରୀ ଓ ପେନନସନଭୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତିର ଖବର ଆସିଛି। ଜୁଲାଇ ୨୦୨୬ରୁ ସେମାନଙ୍କ ମହଙ୍ଗା ଭତ୍ତା (DA)…

ଅବସର ପରେ ରାହାଣେଙ୍କ ବଡ଼ ବୟାନ, ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କନିଷ୍ଠ ଖେଳାଳି। ସେ ସେହି ଚୟନିତ କ୍ରିକେଟରଙ୍କ ମଧ୍ୟରୁ…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri