ମିଳିବ ନିଃଶୁଳ୍କ ପ୍ରଶିକ୍ଷଣ

ଅନୁଗୋଳ ଅଫିସ, ୭।୧୨ ରାଜ୍ୟର ଶିକ୍ଷିତ ଯୁବତୀଯୁବକଙ୍କୁ ନିଃଶୁଳ୍କ ଧନ୍ଦାମୂଳକ ଶିକ୍ଷା ପ୍ରଦାନ କରାଯିବ। ଇଲେକ୍ଟ୍ରିସିଆନ, ରାଜମିସ୍ତ୍ରି ଏବଂ ୱେଲ୍ଡର ଟ୍ରେଡ୍‌ରେ ଉଚ୍ଚମାନର ପ୍ରଶିକ୍ଷଣ ଦିଆଯିବା ପରେ ସେମାନେ ସ୍ବାବଲମ୍ବୀ ହୋଇପାରିବେ। ଏଭଳି ଉଦ୍ଦେଶ୍ୟ ନେଇ ସୋମବାର ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ଦ୍ୱାରା ପରିଚାଳିତ ଓପି ଜିନ୍ଦଲ କମ୍ୟୁନିଟି କଲେଜ (ଓପିଜେସିସି) ଅନୁଗୋଳ ଏବଂ ନାବାର୍ଡ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଚୁକ୍ତିନାମା ଅନୁଯାୟୀ, ଚଳିତବର୍ଷରୁ ଆସିଷ୍ଟାଣ୍ଟ ଇଲେକ୍ଟ୍ରିସିଆନ, ରାଜମିସ୍ତ୍ରି ଏବଂ ୱେଲ୍ଡର ବିଭାଗରେ ଯୋଗ୍ୟ ଆଶାୟୀଙ୍କୁ ତାଲିମ ପ୍ରଦାନ କରାଯିବ। ଏଥିରେ କୃତିତ୍ୱ ଅର୍ଜନ କରିଥିବା ପ୍ରଶିକ୍ଷାର୍ଥୀଙ୍କୁ ପ୍ରମାଣପତ୍ର ମିଳିବ। କଲେଜଗୁଡ଼ିକରେ କ୍ୟାମ୍ପସ୍‌ ଚୟନ ଜରିଆରେ ବିଭିନ୍ନ କମ୍ପାନୀରେ ନିଯୁକ୍ତି ପ୍ରଦାନ କରାଯିବ। ପ୍ରଶିକ୍ଷଣ ଲାଗି ସର୍ବନିମ୍ନ ବୟସସୀମା ୧୮ ବର୍ଷ ଧାର୍ଯ୍ୟ କରାଯାଇଛି। ଆସିଷ୍ଟାଣ୍ଟ ଇଲେକ୍ଟ୍ରିସିଆନ ପାଇଁ ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍‌ ପାସ୍‌ ରଖାଯାଇଥିବାବେଳେ ୱେଲ୍ଡର ଟ୍ରେଡ୍‌ ପାଇଁ ୮ମ, ରାଜମିସ୍ତ୍ରି ପାଇଁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ୫ମ ପାସ୍‌ ଧାର୍ଯ୍ୟ କରାଯାଇଥିବା ଓପିଜେସିସି ଅଧ୍ୟକ୍ଷ ସୂଚନା ପ୍ରଦାନ କରିଛନ୍ତି। ଅଧିକ ସୂଚନା ପାଇଁ ମୋବାଇଲ (ନଂ. ୭୩୮୯୯୧୦୭୮୮, ୯୯୩୮୨୫୦୩୨୮, ୯୩୪୮ ୨୬୦୨୫୬ ଏବଂ ୯୮୬୧୧୬୪୭୧୯) ଜାରି କରାଯାଇଛି। ଇଚ୍ଛୁକ ଛାତ୍ରୀଛାତ୍ରମାନେ ସୁଯୋଗର ଲାଭ ନେବାକୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍

ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି…

ଭଡ଼ା ଘରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୁରୀ ପୋଲିସ

ପୁରୀ,୪।୯(ଅଜିତ୍‌ କୁମାର ମହାନ୍ତି ): ପୁରୀ ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି । ପୋଲିସ ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା…

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି…

ଯୁବକଙ୍କୁ ମାରି କାଜୁଗଛରେ ଝୁଲାଇଦେଲେ, ଭୁବନେଶ୍ୱରରୁ ଗାଁକୁ ଫେରିବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଖତିଆ ଗୋପୀନାଥପୁର ରାସ୍ତାର ଏକ କାଜୁଗଛରେ ଜଣେ ଯୁବକଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ହତ୍ୟାର…

ଚାଷୀଙ୍କ ଖାତାକୁ ଗଲା ସିଏମ୍‌ କିଷାନ ଯୋଜନା ଟଙ୍କା, ଗଞ୍ଜାମର ଏତିକି ଚାଷୀ ପାଇଲେ…

ଛତ୍ରପୁର,୪ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ରବି ଋତୁ ୨୦୨୬-୨୭ ପାଇଁ ‘ମୁଖ୍ୟମନ୍ତ୍ରୀ କିଷାନ…

ଛାତ୍ରୀଛାତ୍ରଙ୍କ ଦୁର୍ଘଟଣା ସହାୟତାକୁ ନେଇ ଆସିଲା ନୂଆ ନିର୍ଦ୍ଦେଶାବଳୀ: ମୃତ୍ୟୁ ଘଟିଲେ ମିଳିବ…

ଭୁବନେଶ୍ୱର,୪।୯: ଛାତ୍ରୀଛାତ୍ରଙ୍କ ଦୁର୍ଘଟଣାଜନିତ ସମସ୍ୟାରେ ସହାୟତା ପ୍ରଦାନକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ର ଏହି ବ୍ୟବସ୍ଥାରେ…

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ: ମନ ମୋହିଲା କୁନିକୁନି ପିଲାଙ୍କ ରାଧାକୃଷ୍ଣ ବେଶ

ଗଞ୍ଜାମ,୪ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ କୁନି ଶିଶୁମାନଙ୍କ ରାଧାକୃଷ୍ଣଙ୍କ ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri