ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୬।୪;ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ ୮ରେ ପ୍ରବେଶିକା ପରୀକ୍ଷା ହେବାକୁ ଥିବା ବେଳେ ଗତକାଲିଠୁ ସାମ୍ସ ୱେବସାଇଟରେ ଉପଲବ୍ଧ ହୋଇଛି କମନ ଆପ୍ଲିକେସନ ଫର୍ମ।

ଏଣିକି ନୂଆ ପଦ୍ଧତିରେ ଗରିବ ଓ ମଧ୍ୟମ ବର୍ଗର ମେଧାବୀ ଛାତ୍ରଛାତ୍ରୀଙ୍କୁ ସିଭିଲ ସର୍ଭିସେସ ପ୍ରିଲିମ ଓ ମେନ ପରୀକ୍ଷା ପାଇଁ ଫ୍ରି କୋଚିଂ ଦିଆଯିବ। ସର୍ଟ ଲିଷ୍ଟେଡ ୨୦୦ ଛାତ୍ରୀଛାତ୍ରଙ୍କୁ ମାଗଣାରେ ରହିବା, ଖାଇବା ସହ ଏକ ଘରୋଇ ଅନୁଷ୍ଠାନରେ କୋଚିଂ ପାଇଁ ବ୍ୟବସ୍ଥା ହୋଇଛି।

ଯେଉଁଥିରେ ୨୦୨୫-୨୬ ବର୍ଷ ପାଇଁ ଆସନ୍ତା ଜୁନ ୮ରେ ହେବ ପ୍ରବେଶିକା ପରୀକ୍ଷା। ଗତକାଲିଠୁ କମନ ଆପ୍ଲିକେସନ ଫର୍ମ ବା CAF ସାମ୍ସ ୱେବସାଇଟରେ ଉପଲବ୍ଧ ହୋଇଛି। ଗ୍ରାଜୁଏସନ ପାସ କରିଥିବା ଛାତ୍ରୀଛାତ୍ର ଏଥିପାଇଁ ଆବେଦନ କରିପାରିବେ। ଆଶାୟୀ ଛାତ୍ର ଓ ସ୍ଥାୟୀ ବାସିନ୍ଦା ହୋଇଥିବା ଆବଶ୍ୟକ। ପ୍ରବେଶିକା ପରୀକ୍ଷାରେ ମନୋନୀତ ପିଲାମାନଙ୍କୁ ଫ୍ରିରେ UPSC ପ୍ରିଲିମ ଓ ମେନ ପରିକ୍ଷା ପାଇଁ ୧୧ ମାସ କୋଚିଂ ଦିଆଯିବ।

୧୫.୦୪.୨୦୨୫ ରୁ SAMS ପୋର୍ଟାଲରେ ସାଧାରଣ ଆବେଦନ ଫର୍ମ (CAF) ଉପଲବ୍ଧତା ରହିଛି। ଅନଲାଇନ CAF ଆବେଦନର ଶେଷ ତାରିଖ ମେ ୫ ,ରାତି ୧୧.୪୫ ଯାଏ ରହିଛି। ସେହିପରି ଜୁନ ୩ରେ SSB ୱେବସାଇଟରେ (www.ssbodisha.ac. in) ଆଡମିଟ କାର୍ଡ ଉପଲବ୍ଧ ହେବ। ମେ ୧୪ରେ ୟୁପିଏସସି ପ୍ରବେଶ ପରୀକ୍ଷା ପରିଚାଳନା ପାଇଁ OCAC ଦ୍ୱାରା SSBକୁ ଆବେଦନକାରୀଙ୍କ ତଥ୍ୟ ଦାଖଲ କରିବ। ଆଉ ଜୁନ ୮ରେ ୟୁପିଏସସି ପ୍ରବେଶ ପରୀକ୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri