Posted inଜାତୀୟ

୩ ଜଣିଆ ଖଣ୍ଡପୀଠରେ ହେବ ଫ୍ରିବିଜ୍‌ ଶୁଣାଣି

ନୂଆଦିଲ୍ଲୀ,୨ା୧୧(ପି.ଟି.): ନିର୍ବାଚନ ପୂର୍ବରୁ ଭୋଟରଙ୍କୁ ପ୍ରଲୋଭିତ କରିବା ଲାଗି ରାଜନୈତିକ ଦଳଗୁଡ଼ିକ ଦେଉଥିବା ମାଗଣା ସହାୟତା ପ୍ରତିଶ୍ରୁତି ବିରୋଧରେ ହୋଇଥିବା ପିଟିଶନର ଶୁଣାଣି ଲାଗି ଏହାକୁ ୩ ଜଣିଆ ଖଣ୍ଡପୀଠରେ ତାଲିକାଭୁକ୍ତ କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଏଭଳି ପିଟିଶନ୍‌ଗୁଡ଼ିକର ଶୁଣାଣି ବୃହତ୍ତର ଖଣ୍ଡପୀଠରେ ହେବା ଆବଶ୍ୟକ ବୋଲି ପ୍ରଧାନ ବିଚାରପତି ଉଦୟ ଉମେଶ ଲଲିତ ଏବଂ ଜଷ୍ଟିସ୍‌ ବେଲା ଏମ୍‌. ତ୍ରିବେଦୀଙ୍କ ଖଣ୍ଡପୀଠ କହିଥିଲେ। ସୁବ୍ରମଣ୍ୟମ ବାଲାଜୀ ମାମଲାରେ ପୂର୍ବ ରାୟର ସମୀକ୍ଷା ଉଦ୍ଦେଶ୍ୟରେ ଜନସ୍ବାର୍ଥ ମାମଲାର ଶୁଣାଣି ବୃହତ୍ତର ଖଣ୍ଡପୀଠରେ ହେବ ବୋଲି ଅନ୍ୟତମ ଆବେଦନକାରୀ ଅଶ୍ୱିନୀ ଉପାଧ୍ୟାୟ କହିଛନ୍ତି। ମୁକ୍ତ ଓ ଅବାଧ ନିର୍ବାଚନ ଲାଗି ଅବାସ୍ତବ ମାଗଣା ଉପହାର ପ୍ରତିଶ୍ରୁତିଗୁଡ଼ିକୁ ନିୟନ୍ତ୍ରଣ କରିବା ନିମନ୍ତେ ମୁଖ୍ୟ ନିର୍ବାଚନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ବିଶେଷଜ୍ଞ କମିଟି ଗଠନ କରିବାକୁ ଆଇନଜୀବୀ ଉପାଧ୍ୟାୟ ପ୍ରସ୍ତାବ ଦେଇଥିଲେ। ରିଜର୍ଭ ବ୍ୟାଙ୍କ ଗଭର୍ନର, ଅର୍ଥ କମିଶନ ଅଧ୍ୟକ୍ଷ, ନୀତି ଆୟୋଗ ଉପାଧ୍ୟକ୍ଷ, ସିଏଜି, ଜିଏସ୍‌ଟି କାଉନସିଲର ସଚିବ ଏବଂ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଚାର୍ଟାର୍ଡ ଆକାଉଣ୍ଟାଣ୍ଟସ୍‌ ଅଫ୍‌ ଇଣ୍ଡିଆ ଏବଂ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କଷ୍ଟ୍‌ ଆକାଉଣ୍ଟାଣ୍ଟସ୍‌ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷ ଉକ୍ତ କମିଟିର ସଦସ୍ୟ ରହିବାକୁ ଉପାଧ୍ୟାୟ କହିଥିଲେ। ଏ ସମ୍ପର୍କିତ ନିଷ୍ପତ୍ତି ବୃହତ୍ତର ଖଣ୍ଡପୀଠ ନେବେ।

ଇଭିଏମ୍‌ରୁ ଦଳୀୟ ଚିହ୍ନ ହଟାଇବା ଆବେଦନ ସୁପ୍ରିମକୋର୍ଟରେ ଅଗ୍ରାହ୍ୟ

ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ଗୁଡ଼ିକରୁ ଦଳୀୟ ଚିହ୍ନ ହଟାଇ ଏହା ବଦଳରେ ପ୍ରାର୍ଥୀମାନଙ୍କୁ ବୟସ, ଶିକ୍ଷାଗତ ଯୋଗ୍ୟତା ଓ ଫଟୋ ରଖିବା ନିମନ୍ତେ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେବାକୁ ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)କୁ ଶୁଣାଣି ପାଇଁ ଗ୍ରହଣ କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ନିର୍ବାଚନ କମିଶନ କିମ୍ବା ଅନ୍ୟ କର୍ତ୍ତୃପକ୍ଷଙ୍କ ନିକଟରେ ଏନେଇ ଆବେଦନ କରିବାକୁ ପିଟିଶନର ଆଇନଜୀବୀ ଅଶ୍ୱିନୀ ଉପାଧ୍ୟାୟଙ୍କୁ ପ୍ରଧାନ ବିଚାରପତି ଉଦୟ ଉମେଶ ଲଲିତ ଏବଂ ଜଷ୍ଟିସ୍‌ ବେଲା ଏମ୍‌. ତ୍ରିବେଦୀଙ୍କ ଖଣ୍ଡପୀଠ ପରାମର୍ଶ ଦେଇଛନ୍ତି। ଆବେଦନକାରୀ ତାଙ୍କ ପିଆଇଏଲ୍‌ରେ ଦର୍ଶାଇଥିଲେ ଯେ, ଇଭିଏମ୍‌ ଏବଂ ବାଲଟରୁ ଦଳୀୟ ଚିହ୍ନ ହଟାଗଲେ ବିଜ୍ଞ, କର୍ମଠ ଏବଂ ସଚ୍ଚୋଟ ପ୍ରାର୍ଥୀଙ୍କୁ ବାଛିବାରେ ଏହା ଭୋଟରଙ୍କୁ ସହାୟକ ହୋଇପାରିବ ଏଥିସହିତ ଟିକେଟ ବଣ୍ଟନରେ ରାଜନୈତିକ ଦଳ ମୁଖ୍ୟଙ୍କ ଏକଚ୍ଛତ୍ରବାଦକୁ ନିୟନ୍ତ୍ରଣ କରାଯାଇପାରିବ ବୋଲି ଆବେଦନକାରୀ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri