କଟକଣାରେ ସ୍ବାଧୀନତା ଦିବସ

ଢେଙ୍କାନାଳ ଅଫିସ୍‌, ୩୦।୭ ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ସଦ୍‌ଭାବନା ଗୃହରେ ୭୬ତମ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅତିରିକ୍ତ ଜିଲାପାଳ(ସାଧାରଣ) ରମେଶ ଚନ୍ଦ୍ର ସେଠୀ ଅଧ୍ୟକ୍ଷତା କରି କୋଭିଡ୍‌ ଗାଇଡ୍‌ଲାଇନ ଅନୁପାଳନ ପୂର୍ବକ ସ୍ବାଧୀନତା ଦିବସ ପାଳନ ହେବ ବୋଲି ସୂଚନା ଦେଇଥିଲେ। ସ୍ବାଧୀନତା ଦିବସ ଉପଲକ୍ଷେ ସ୍ଥାନୀୟ ଷ୍ଟାଡିୟମ୍‌ରେ ପୂର୍ବାହ୍ନ ୯ଟା ୧୫ରେ ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ପ୍ରଦାନ କରିବେ। ପୂର୍ବବର୍ଷ ଭଳି ଚଳିତବର୍ଷ ମଧ୍ୟ ପୋଲିସ ବାହିନୀ, ଓଏସ୍‌ଏପି ପ୍ରଥମ ବାଟାଲିୟମ ଓ ବ୍ୟାଣ୍ଡ୍‌ ଦଳ ପରେରଡରେ ଅଂଶଗ୍ରହଣ କରିବେ। ପ୍ରତ୍ୟୁଷରୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସହରରେ ଡାକବାଜି ଯନ୍ତ୍ରରେ ରାମଧୁନ ପରିବେଷଣ କରାଯିବ। ସାଢ଼େ ୭ଟାରେ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ଶିଳ୍ପାନୁଷ୍ଠାନ, ସର୍ବସାଧାରଣ ସ୍ଥାନରେ ଜାତୀୟ ପତାକା ଉତ୍ତୋଳନ ହେବ। ସାଢ଼େ ୮ଟାରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ। ଚାମ୍ବରଅଫ୍‌ କମର୍ସ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ, ‘ପ୍ରୟାସ’ ପକ୍ଷରୁ ଅଭିନନ୍ଦନ ଗାର୍ଡେନଠାରେ ରକ୍ତଦାନ ଶିବିର, ମହର୍ଷି ଦୟାନନ୍ଦ ସର୍ଭିସ ମିଶନ ପକ୍ଷରୁ ଜେଲ ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯିବ। ଦୃଷ୍ଟିହୀନ, ବଧିର ବିଦ୍ୟାଳୟ, ଆଦୃତା ଅନୁଷ୍ଠାନ ପକ୍ଷରୁ ଜ୍ୟୋତିନଗରସ୍ଥିତ ଜରାଶ୍ରମ ଓ ବିଶ୍ୱକୁନ୍ତଳ ଶିଶୁଗୃହ ଅନ୍ତେବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ବନ ବିଭାଗ ପକ୍ଷରୁ ଚାରା ରୋପଣ କାର୍ଯ୍ୟକ୍ରମ ରହିଛି। ବୈଠକରେ ଜିଲା ବନଖଣ୍ଡ ଅଧିକାରୀ ଡ. ପ୍ରକାଶଚାନ୍ଦ ଗୋଗିନେନି, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri