କଟକଣାରେ ସ୍ବାଧୀନତା ଦିବସ

ଢେଙ୍କାନାଳ ଅଫିସ୍‌, ୩୦।୭ ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ସଦ୍‌ଭାବନା ଗୃହରେ ୭୬ତମ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅତିରିକ୍ତ ଜିଲାପାଳ(ସାଧାରଣ) ରମେଶ ଚନ୍ଦ୍ର ସେଠୀ ଅଧ୍ୟକ୍ଷତା କରି କୋଭିଡ୍‌ ଗାଇଡ୍‌ଲାଇନ ଅନୁପାଳନ ପୂର୍ବକ ସ୍ବାଧୀନତା ଦିବସ ପାଳନ ହେବ ବୋଲି ସୂଚନା ଦେଇଥିଲେ। ସ୍ବାଧୀନତା ଦିବସ ଉପଲକ୍ଷେ ସ୍ଥାନୀୟ ଷ୍ଟାଡିୟମ୍‌ରେ ପୂର୍ବାହ୍ନ ୯ଟା ୧୫ରେ ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ପ୍ରଦାନ କରିବେ। ପୂର୍ବବର୍ଷ ଭଳି ଚଳିତବର୍ଷ ମଧ୍ୟ ପୋଲିସ ବାହିନୀ, ଓଏସ୍‌ଏପି ପ୍ରଥମ ବାଟାଲିୟମ ଓ ବ୍ୟାଣ୍ଡ୍‌ ଦଳ ପରେରଡରେ ଅଂଶଗ୍ରହଣ କରିବେ। ପ୍ରତ୍ୟୁଷରୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସହରରେ ଡାକବାଜି ଯନ୍ତ୍ରରେ ରାମଧୁନ ପରିବେଷଣ କରାଯିବ। ସାଢ଼େ ୭ଟାରେ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ଶିଳ୍ପାନୁଷ୍ଠାନ, ସର୍ବସାଧାରଣ ସ୍ଥାନରେ ଜାତୀୟ ପତାକା ଉତ୍ତୋଳନ ହେବ। ସାଢ଼େ ୮ଟାରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ। ଚାମ୍ବରଅଫ୍‌ କମର୍ସ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ, ‘ପ୍ରୟାସ’ ପକ୍ଷରୁ ଅଭିନନ୍ଦନ ଗାର୍ଡେନଠାରେ ରକ୍ତଦାନ ଶିବିର, ମହର୍ଷି ଦୟାନନ୍ଦ ସର୍ଭିସ ମିଶନ ପକ୍ଷରୁ ଜେଲ ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯିବ। ଦୃଷ୍ଟିହୀନ, ବଧିର ବିଦ୍ୟାଳୟ, ଆଦୃତା ଅନୁଷ୍ଠାନ ପକ୍ଷରୁ ଜ୍ୟୋତିନଗରସ୍ଥିତ ଜରାଶ୍ରମ ଓ ବିଶ୍ୱକୁନ୍ତଳ ଶିଶୁଗୃହ ଅନ୍ତେବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ବନ ବିଭାଗ ପକ୍ଷରୁ ଚାରା ରୋପଣ କାର୍ଯ୍ୟକ୍ରମ ରହିଛି। ବୈଠକରେ ଜିଲା ବନଖଣ୍ଡ ଅଧିକାରୀ ଡ. ପ୍ରକାଶଚାନ୍ଦ ଗୋଗିନେନି, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?