ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧(ଅସମାପିକା ସାହୁ): ବିଶିଷ୍ଟ ସଂଗ୍ରାମୀ ତଥା ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସଂଗଠନର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୁବ ବୟସରେ ସ୍ବାଧୀନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ବାଧୀନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ବାଧୀନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ। ତାଙ୍କ ବିୟୋଗରେ ଜଣେ ବିଶିଷ୍ଟ ସଂଗ୍ରାମୀଙ୍କୁ ଆମେ ହରାଇଲୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସ୍ବର୍ଗତ ନାୟକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?