ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧(ଅସମାପିକା ସାହୁ): ବିଶିଷ୍ଟ ସଂଗ୍ରାମୀ ତଥା ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସଂଗଠନର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୁବ ବୟସରେ ସ୍ବାଧୀନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ବାଧୀନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ବାଧୀନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ। ତାଙ୍କ ବିୟୋଗରେ ଜଣେ ବିଶିଷ୍ଟ ସଂଗ୍ରାମୀଙ୍କୁ ଆମେ ହରାଇଲୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସ୍ବର୍ଗତ ନାୟକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।