Posted inଜାତୀୟ

ଅଭିବ୍ୟକ୍ତି ସ୍ବାଧୀନତାର ଅପବ୍ୟବହାର କରାଯାଉଛି

ନୂଆଦିଲ୍ଲୀ,୯।୧୦(ପି.ଟି./ଆଇଏଏନ୍‌ଏସ୍‌):ବାକ୍‌ ଓ ଅଭିବ୍ୟକ୍ତି ସ୍ବାଧୀନତାର ଅପବ୍ୟବହାରକୁ ନେଇ ଗୁରୁବାର ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବର୍ତ୍ତମାନ ସମୟରେ ଏହି ଅଧିକାରର ସବୁଠୁ ବେଶି ଅପବ୍ୟବହାର କରାଯାଉଥିବା କହିଛନ୍ତି। ଏହାସହ ଗତ ମାର୍ଚ୍ଚରେ ଆୟୋଜିତ ତବଲିଘି ଜମାତ୍‌ କାର୍ଯ୍ୟକ୍ରମର ମିଡିଆ କଭରେଜ ସମ୍ପର୍କରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦାଖଲ ସତ୍ୟପାଠକୁ ‘ଛଳନାପୂର୍ଣ୍ଣ’ ଓ ‘ଲଜ୍ଜାହୀନ’ ବୋଲି ଭର୍ସନା କରିଛନ୍ତି।
ପ୍ରଧାନ ବିଚାରପତି ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଜମିଆତ୍‌ ଉଲାମା-ଇ-ହିନ୍ଦ୍‌ ଓ ଅନ୍ୟମାନଙ୍କ ପକ୍ଷରୁ ଦାଏର ପିଟିଶନର ଶୁଣାଣି କରିଛନ୍ତି। ଦେଶରେ କୋଭିଡ୍‌-୧୯ ମହାମାରୀ ଆରମ୍ଭ ହେବାବେଳେ ନୂଆଦିଲ୍ଲୀର ନିଜାମୁଦ୍ଦିନ ମର୍‌କଜ୍‌ରେ ଆୟୋଜିତ ତବ୍‌ଲିଘି ଜମାତ୍‌ର କାର୍ଯ୍ୟକ୍ରମକୁ ନେଇ କେତେକ ଗଣମାଧ୍ୟମ ସାମ୍ପ୍ରଦାୟିକ ଘୃଣା ବିସ୍ତାର କରୁଛନ୍ତି ବୋଲି ଉକ୍ତ ଆବେଦନରେ ଅଭିଯୋଗ କରାଯାଇଥିଲା। ଜମାତ୍‌ ପକ୍ଷରୁ ମାମଲା ପରିଚାଳନା କରୁଥିବା ବରିଷ୍ଠ ଆଇନଜୀବୀ ଦୁଷ୍ୟନ୍ତ ଡାଭେ ଯୁକ୍ତି ବାଢ଼ିଥିଲେ ଯେ, ଆବେଦନକାରୀମାନେ ଅଭିବ୍ୟକ୍ତି ସ୍ବାଧୀନତାର ମୁହଁ ବନ୍ଦ ଲାଗି ଉଦ୍ୟମ କରୁଛନ୍ତି ବୋଲି କେନ୍ଦ୍ର ସରକାର ନିଜ ସତ୍ୟପାଠରେ ଉଲ୍ଲେଖ କରିଛନ୍ତି।
ଏନେଇ ଖଣ୍ଡପୀଠ କହିଛନ୍ତି, ଅଭିବ୍ୟକ୍ତି ଓ ମତ ପ୍ରକାଶ କରିବାର ଅଧିକାରକୁ ଏବେ ସବୁଠୁ ଅଧିକ ଅପବ୍ୟବହାର କରାଯାଉଛି। ଆପଣ ନିଜ ଅନୁସାରେ ଯୁକ୍ତି ବାଢ଼ିବା ପାଇଁ ଯେପରି ସ୍ବାଧୀନ ଠିକ୍‌ ସେହିଭଳି ସେମାନେ ମଧ୍ୟ ନିଜ ସତ୍ୟପାଠରେ କୌଣସି ଅଭିଯୋଗ ଆଣିବା ପାଇଁ ମୁକ୍ତ। ତେବେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବଙ୍କ ପରିବର୍ତ୍ତେ ଜଣେ ଅତିରିକ୍ତ ସଚିବ ସତ୍ୟପାଠ ଦାଖଲ କରିଥିଲେ। ସେଥିରେ ତବଲିଘି ଜମାତ୍‌ ପ୍ରସଙ୍ଗରେ ମିଡିଆ ରିପୋର୍ଟିଂ ସମ୍ପର୍କରେ ଅନାବଶ୍ୟକ ଓ ଯୁକ୍ତିହୀନ ଅଭିଯୋଗ ଅଣାଯାଇଥିବାରୁ ଖଣ୍ଡପୀଠ ବିରକ୍ତି ପ୍ରକାଶ କରିଛନ୍ତି। ଦୁଇ ସପ୍ତାହ ପରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ ଖଣ୍ଡପୀଠ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri