Posted inଜାତୀୟ

ଅଭିବ୍ୟକ୍ତି ସ୍ବାଧୀନତା ନିରଙ୍କୁଶ ନୁହେଁ

ନୂଆଦିଲ୍ଲୀ,୨୮।୧: ଆମାଜନ ପ୍ରାଇମ୍‌ ଓ୍ବେବ୍‌ ସିରିଜ୍‌ ‘ତାଣ୍ଡବ’ର ନିର୍ମାତା ଓ ଜଣେ ଅଭିନେତା ଗିରଫଦାରିରୁ ସୁରକ୍ଷା ଲାଗି କରିଥିବା ଆବେଦନକୁ ସୁପ୍ରିମକୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ଧର୍ମକୁ ଅପମାନିତ କରିବା ସହ ଲୋକଙ୍କ ଧର୍ମୀୟ ଭାବାବେଗକୁ ଆଘାତ ଦେଇଥିବାରୁ ଭାରତୀୟ ଦଣ୍ଡସଂହିତାର ଧାରା ୧୫୩ଏ ଏବଂ ୨୯୫ ଅନୁଯାୟୀ ଉକ୍ତ େଓ୍‌ବ୍‌ ସିରିଜ୍‌ ଅପରାଧ ମାମଲାର ସମ୍ମୁଖୀନ ହୋଇଛି। ତେଣୁ ତାଣ୍ଡବର ନିର୍ଦ୍ଦେଶକ, ଅଭିନେତା ଓ ଆମାଜନ ପ୍ରାଇମ୍‌ ଇଣ୍ଡିଆ ମୁଖ୍ୟ ଅପର୍ଣ୍ଣା ପୁରୋହିତ ଗିରଫଦାରିରୁ ବର୍ତ୍ତିବା ଲାଗି କରିଥିବା ଆବେଦନକୁ ଜଷ୍ଟିସ୍‌ ଅଶୋକ୍‌ ଭୂଷଣ, ଆର୍‌.ଏସ୍‌. ରେଡ୍ଡୀ ଏବଂ ଏମ୍‌.ଆର୍‌ ଶାହାଙ୍କ ଖଣ୍ଡପୀଠ ଖାରଜ କରିଦେଇଥିଲେ। ଆପଣମାନଙ୍କ ଅଭିବ୍ୟକ୍ତି ସ୍ବାଧୀନତା ଅଧିକାର ନିରଙ୍କୁଶ ନୁହେଁ। ଗୋଟିଏ ସମ୍ପ୍ରଦାୟର ଭାବାବେଗକୁ ଆଘାତ ଦେବା ଭଳି ଭୂମିକାରେ ଆପଣମାନେ ଅଭିନୟ କରିପାରିବେ ନାହିଁ ବୋଲି ଖଣ୍ଡପୀଠ କହିଥିଲେ। ଓ୍ବେବ୍‌ ସିରିଜ୍‌ ନିର୍ଦ୍ଦେଶକ ଅଲି ଆବ୍ବାସ୍‌ ଜାଫାର, ନିର୍ମାତା ହିମାଂଶୁ ମେହେର ଏବଂ ଓ୍ବେବ୍‌ ସିରିଜ୍‌ ମୁଖ୍ୟ ପୁରୋହିତଙ୍କ ସମେତ ଅନ୍ୟମାନଙ୍କ ବିରୋଧରେ ବିଭିନ୍ନ ରାଜ୍ୟରେ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri