Posted inଜାତୀୟ

ବାକ୍‌ ସ୍ବାଧୀନତାର ଅର୍ଥ ନୁହେଁ କାହାକୁ ବଦନାମ କରିବା : ହାଇକୋର୍ଟ…

ଚେନ୍ନାଇ,୩।୧୨ : ଅଣ ସରକାରୀ ସଂଗଠନ ଅରାପ୍ପୋର ଇକ୍କମ ପକ୍ଷରୁ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏ.କେ. ପଲାନିସାମୀଙ୍କ ବିରୋଧ ସର୍ବସାଧାରଣରେ ଦିଆଯାଉଥିବା ମନ୍ତବ୍ୟ ଉପରେ ମାଡ୍ରାସ ହାଇକୋର୍ଟ ରୋକ ଲଗାଇଛନ୍ତି। ବିଚାରପତି କୃଷ୍ଣନ ରାମାସ୍ବାମୀଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ପଲାନିସାମୀଙ୍କ ସପକ୍ଷରେ ରାୟ ଦେଇ ଅସ୍ଥାୟୀ ଭାବେ ନିଷେଧାଜ୍ଞା ଜାରି କରିଛନ୍ତି। ଖଣ୍ଠପୀଠ କହିଛନ୍ତି ଯେ,ଭାରତୀୟ ସମ୍ବିଧାନ ସମସ୍ତଙ୍କୁ ବାକ୍‌ ସ୍ବାଧୀନତା ପ୍ରଦାନ କରିଛନ୍ତି। ତେବେ ଏହାର ଅର୍ଥ ନୁହେଁ ଯେ, ଅନ୍ୟଙ୍କ ବିରୋଧରେ ଆପତ୍ତି ଜନକ ମନ୍ତବ୍ୟ ପ୍ରଦାନ କରି କାହାକୁ ବଦନାମ କରିବା। ଏଭଳି ଅଧିକାର ସମ୍ବିଧାନ କାହାକୁ ଦେଇନାହିଁ।

ମୁକ୍ତ ଭାଷଣର ଅଧିକାର ଅନ୍ୟକୁ ବଦନାମ କରିବା ପାଇଁ ପ୍ରଦାନ କରାଯାଇ ନାହିଁ। ଅନ୍ୟ କାହାର ସ୍ବତନ୍ତ୍ରତାରେ ହସ୍ତକ୍ଷେପ କରିବା ଆଇନ ଅନୁଯାୟୀ ଦୋଷାବହ। ପ୍ରତି ବ୍ୟକ୍ତିଙ୍କର ପ୍ରତିଷ୍ଠା, ସମ୍ମାନର ସହିତ ବଞ୍ଚିବାର ଅଧିକାର ରହିଛି। ଲୋକତାନ୍ତ୍ରିକ ବ୍ୟବସ୍ଥାରେ କାହାର ଅନ୍ୟ କାହାର ପ୍ରତିଷ୍ଠା ଏବଂ ମାନ ସମ୍ମାନରେ ଆଞ୍ଚ୍‌ ଆଣିବାର ଅଧିକାର ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri