ସ୍ବାଧୀନତା, ସମ୍ପତ୍ତି ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ସାଇବର ଓ ଅର୍ଥନୈତିକ ଅପରାଧର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସରେ ୧୪ ନୂଆ ଥାନାକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କ ଜୀବନ, ସ୍ବାଧୀନତା ଓ ସମ୍ପତ୍ତିର ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା। ସରକାର ଲୋକଙ୍କୁ ସାଇବର ଅପରାଧରୁ ରକ୍ଷା କରିବା ଲାଗି ପ୍ରତିଶ୍ରୁତିବଦ୍ଧ। ଦିନକୁ ଦିନ ସାଇବର ଅପରାଧ ବଢ଼ୁଛି। ଏଥିସହ ସମାଜରେ ଏହା ଏବେ ପ୍ରମୁଖ ଅପରାଧ ପାଲଟିଛି। ଆଉ ଚିନ୍ତାଜନକ ବିଷୟ ହେଉଛି, ଏହା ଅଜ୍ଞାତ ବ୍ୟକ୍ତିଙ୍କ ଦ୍ୱାରା କରାଯାଉଥିବାବେଳେ କୌଣସି ନିର୍ଦ୍ଦିଷ୍ଟ ସୀମାରେଖା ନାହିଁ। ସାଇବର ଅପରାଧୀ ବିଦେଶରେ ବସି ଲୁଟ୍‌ କରିବା ସହ ବାରମ୍ବାର ସର୍ଭରରେ ସ୍ଥାନ ବଦଳାଇ ଚ୍ୟାଲେଞ୍ଜ ଦେଉଛନ୍ତି। ସେହିଭଳି ଆର୍ଥିକ ଅପରାଧ ଏବେ ବ୍ଲ୍ୟୁ କଲାର କ୍ରାଇମ୍‌ ପାଲଟିଛି, ଯାହା କେବଳ ବ୍ୟକ୍ତିଗତ ନାଗରିକଙ୍କୁ ପ୍ରଭାବିତ କରେ ନାହିଁ ବରଂ ଆମ ଦେଶର ଆର୍ଥିକ ସ୍ଥିତି ଉପରେ ଗଭୀର ପ୍ରଭାବ ପକାଏ। ଏହି ପୋଲିସ ଷ୍ଟେଶନରେ ତାଲିମପ୍ରାପ୍ତ ପୋଲିସ କର୍ମଚାରୀଙ୍କ ସହ ବୈଷୟିକ ବିଶେଷଜ୍ଞ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ଦ୍ୱୈତ ନଗରୀରେ ୩ଟି ଅପ୍‌ଗ୍ରେଡେଶନ ଥାନା ବା ଫାଣ୍ଡିରୁ ଉନ୍ନୀତ ହୋଇଥିବା ବୟାଳିଶ ମୌଜା, ଇନ୍‌ଫୋଭ୍ୟାଲି ଓ ପାହାଳ ଥାନାକୁ ମଧ୍ୟ ଉଦ୍‌ଘାଟନ କରିଛନ୍ତି।
ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଲେ, ନୂଆ ପୋଲିସ ଥାନା ସାଇବର ଓ ଆର୍ଥିକ ଅପରାଧୀଙ୍କୁ ଧରିବାରେ ସକ୍ଷମ ହେବ। ପୋଲିସ ଡିଜି ଅଭୟ ସ୍ବାଗତ ଭାଷଣ ଓ ଆଇଜି (ଅପରେଶନ) ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି. କେ. ପାଣ୍ଡିଆନ ପରିଚାଳନା କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଭର୍ଚୁଆଲରେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ପୂର୍ବରୁ ରାଜ୍ୟର ୪ଟି ସ୍ଥାନରେ ସାଇବର ଥାନା ରହିଥିଲା। ତେବେ ନୂଆକରି ଖୋଲିଥିବା ସାଇବର ଓ ଅର୍ଥନୈତିକ ଅପରାଧ ଥାନାଗୁଡ଼ିକ ହେଲା ଭୁବନେଶ୍ୱର ୟୁପିଡି, କଟକ ୟୁପିଡି, କେନ୍ଦୁଝର, ସମ୍ବଲପୁର, ଅନୁଗୋଳ, ବାଲେଶ୍ୱର, ପୁରୀ, କୋରାପୁଟ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବ୍ରହ୍ମପୁର, ମୟୂରଭଞ୍ଜ ଓ ଭବାନୀପାଟଣା।


Enter your email to get our daily news in your inbox.

All Right Reserved By Dharitri.Com

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri