‘ପାକିସ୍ତାନରେ ପୁଣି ସ୍ବାଧୀନତା ସଂଗ୍ରାମ ଆରମ୍ଭ ହେବ’

ଇସ୍‌ଲାମାବାଦ,୧୦ା୪: ପାକିସ୍ତାନରେ ରାଜନୈତିକ ଅସ୍ଥିରତା ଭିତରେ ଶନିବାର ବିଳମ୍ବିତ ରାତିରେ ଅନୁଷ୍ଠିତ ଅନାସ୍ଥା ଭୋଟରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ହାରିଯାଇଛନ୍ତି। ପଦ ହରାଇବା ପରେ ରବିବାର ଇମ୍ରାନଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଇମ୍ରାନ୍‌ ଟୁଇଟ୍‌ କରି ଲେଖିଛନ୍ତି, ୧୯୪୭ରେ ପାକିସ୍ତାନ ସ୍ବାଧୀନତା ପାଇଥିଲା। କିନ୍ତୁ କ୍ଷମତା ବଦଳାଇବା ପାଇଁ କରାଯାଇଥିବା ବିଦେଶୀ ଷଡଯନ୍ତ୍ର ବିରୋଧରେ ପାକିସ୍ତାନରେ ପୁଣି ଥରେ ସ୍ବାଧୀନତା ସଂଗ୍ରାମ ଆରମ୍ଭ ହେବ। ପାକିସ୍ତାନବାସୀ ଦେଶର ସାର୍ବଭୌମତ୍ୱ ଏବଂ ଗଣତନ୍ତ୍ରର ସୁରକ୍ଷା କରିଆସିଛନ୍ତି। ଆଗକୁ ମଧ୍ୟ କରିବେ ବୋଲି ଇମ୍ରାନ୍‌ କହିଛନ୍ତି।

ଇମ୍ରାନ ସରକାର ପତନ ପରେ ଏବେ ନୂଆ ସରକାର ଗଠନ ଲାଗି ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବିରୋଧୀ ଦଳରୁ ଶେହବାଜ ଶରିଫ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହୋଇଛନ୍ତି। ଏହି ଅବସରରେ ଶେହବାଜ କହିଛନ୍ତି, ସେ ଭାରତ ସହ ଶାନ୍ତି ପ୍ରତିଷ୍ଠା କରିବାକୁ ଚାହୁଁଛନ୍ତି। ହେଲେ କଶ୍ମୀର ସମସ୍ୟାର ସମାଧାନ ବିନା ଏହା ସମ୍ଭବ ନୁହେଁ। କ୍ଷମତାକୁ ଆସିବା ପରେ ତାଙ୍କର ପ୍ରଥମ ପ୍ରାଥମିକତା ଜାତୀୟ ସୌହାର୍ଦ୍ଦ୍ୟ ଏବଂ ବିରୋଧୀଦଳଙ୍କ ପରାମର୍ଶ କ୍ରମେ ନୂତନ କ୍ୟାବିନେଟ ଗଠନ କରିବା। ପରେ ଦେଶର ଅର୍ଥନୀତିରେ ଉନ୍ନତି ଆଣି ନୂତନ ଯୁଗ ଆରମ୍ଭ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri