‘ପାକିସ୍ତାନରେ ପୁଣି ସ୍ବାଧୀନତା ସଂଗ୍ରାମ ଆରମ୍ଭ ହେବ’

ଇସ୍‌ଲାମାବାଦ,୧୦ା୪: ପାକିସ୍ତାନରେ ରାଜନୈତିକ ଅସ୍ଥିରତା ଭିତରେ ଶନିବାର ବିଳମ୍ବିତ ରାତିରେ ଅନୁଷ୍ଠିତ ଅନାସ୍ଥା ଭୋଟରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ହାରିଯାଇଛନ୍ତି। ପଦ ହରାଇବା ପରେ ରବିବାର ଇମ୍ରାନଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଇମ୍ରାନ୍‌ ଟୁଇଟ୍‌ କରି ଲେଖିଛନ୍ତି, ୧୯୪୭ରେ ପାକିସ୍ତାନ ସ୍ବାଧୀନତା ପାଇଥିଲା। କିନ୍ତୁ କ୍ଷମତା ବଦଳାଇବା ପାଇଁ କରାଯାଇଥିବା ବିଦେଶୀ ଷଡଯନ୍ତ୍ର ବିରୋଧରେ ପାକିସ୍ତାନରେ ପୁଣି ଥରେ ସ୍ବାଧୀନତା ସଂଗ୍ରାମ ଆରମ୍ଭ ହେବ। ପାକିସ୍ତାନବାସୀ ଦେଶର ସାର୍ବଭୌମତ୍ୱ ଏବଂ ଗଣତନ୍ତ୍ରର ସୁରକ୍ଷା କରିଆସିଛନ୍ତି। ଆଗକୁ ମଧ୍ୟ କରିବେ ବୋଲି ଇମ୍ରାନ୍‌ କହିଛନ୍ତି।

ଇମ୍ରାନ ସରକାର ପତନ ପରେ ଏବେ ନୂଆ ସରକାର ଗଠନ ଲାଗି ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବିରୋଧୀ ଦଳରୁ ଶେହବାଜ ଶରିଫ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହୋଇଛନ୍ତି। ଏହି ଅବସରରେ ଶେହବାଜ କହିଛନ୍ତି, ସେ ଭାରତ ସହ ଶାନ୍ତି ପ୍ରତିଷ୍ଠା କରିବାକୁ ଚାହୁଁଛନ୍ତି। ହେଲେ କଶ୍ମୀର ସମସ୍ୟାର ସମାଧାନ ବିନା ଏହା ସମ୍ଭବ ନୁହେଁ। କ୍ଷମତାକୁ ଆସିବା ପରେ ତାଙ୍କର ପ୍ରଥମ ପ୍ରାଥମିକତା ଜାତୀୟ ସୌହାର୍ଦ୍ଦ୍ୟ ଏବଂ ବିରୋଧୀଦଳଙ୍କ ପରାମର୍ଶ କ୍ରମେ ନୂତନ କ୍ୟାବିନେଟ ଗଠନ କରିବା। ପରେ ଦେଶର ଅର୍ଥନୀତିରେ ଉନ୍ନତି ଆଣି ନୂତନ ଯୁଗ ଆରମ୍ଭ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri