ବୈଶାଖୀ ବାଣିଜ୍ୟ ମେଳାରେ ଫ୍ରିଡମ୍‌ର ଆକର୍ଷଣୀୟ ଷ୍ଟଲ୍‌

ଭୁବନେଶ୍ୱର,୧୮।୩: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କଟକ ବୈଶାଖୀ ବାଣିଜ୍ୟ ମେଳାରେ ଫ୍ରିଡମ୍‌ ଅଏଲ ପକ୍ଷରୁ ଏକ ଆକର୍ଷଣୀୟ ଷ୍ଟଲ କରାଯାଇଛି। ଏହି ପରିପ୍ରେକ୍ଷୀରେ ଏକ ଉଦଘାଟନୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଖ୍ୟାତ ସର୍ଜରି ବିଶେଷଜ୍ଞ ଡା.ଉମେଶ ଚନ୍ଦ୍ର ରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଷ୍ଟଲର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଫ୍ରିଡମ୍‌ ତେଲର ଓଡ଼ିଶା ହେଡ୍‌ ଅମିୟ କୁମାର ଧଳଙ୍କ ସମେତ କମ୍ପାନୀ ଓ ମେଳା କିମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଦେଶର ପ୍ରମୁଖ ଖାଇବା ତେଲ ତଥା ଜେମିନୀ ଏଡିବଲ୍ସ ଆଣ୍ଡ ଫ୍ୟାଟ୍‌ସ ଇଣ୍ଡିଆ ଲିମିଟେଡର ପ୍ରମୁଖ ବ୍ରାଣ୍ଡ୍‌ ଫ୍ରିଡମ୍‌ ଅଏଲର ସର୍ବବୃହତ ଷ୍ଟଲ କଟକ ବୈଶାଖୀ ବାଣିଜ୍ୟ ମେଳାରେ ଶୁଭାରମ୍ଭ କରାଯାଇଛି। ବିଶେଷକରି ବାଲିଯାତ୍ରାଠାରୁ ଆରମ୍ଭକରି ବୈଶାଖୀ ବାଣିଜ୍ୟ ମେଳାରେ ସାମିଲ ହେବା ସହିତ ବ୍ୟବସାୟର ପସରା ମେଲାଇବା ପାଇଁ ଦେଶର କୋଣ ଅନୁକୋଣରୁ ବ୍ୟବସାୟୀମାନେ କଟକ ଧାଇଁ ଆସିଥାନ୍ତି, କାରଣ ରାଜ୍ୟର ବ୍ୟବସାୟିକ ପେଣ୍ଠସ୍ଥଳ ଭାବେ କଟକ ସହରର ସ୍ବତନ୍ତ୍ର ପରିଚୟ ରହିଛି। ଅପରପକ୍ଷରେ ପ୍ରତ୍ୟେକ ମଣିଷ ଦୀର୍ଘଜୀବୀ ହେବା ପାଇଁ ସନ୍ତୁଳିତ ଆହାର ସାଙ୍ଗକୁ ସୁସ୍ଥ ବାତାବରଣର ଆବଶ୍ୟକତା ରହିଛି ବୋଲି ଡା. ରାୟ ମତବ୍ୟକ୍ତ କରିଥିଲେ। ସେହିପରି ଉକ୍ତ ମେଳାରେ ଫ୍ରିଡମ୍‌ ଅଏଲ ପକ୍ଷରୁ ଆକର୍ଷଣୀୟ ଅଫର ଦିଆଯାଉଛି। ଏପରିକି ପ୍ରତ୍ୟେକ ତେଲ କିଣିଲେ ନିଶ୍ଚିତ ଉପହାର ରହିଥିବାବେଳେ ସୁଲଭ ମୂଲ୍ୟରେ ବ୍ରାଣ୍ଡ୍‌ର ସମସ୍ତ ତେଲ ଉପଲବ୍ଧ। ବିଶେଷ କରି କମ୍ବୋ ଅଫର ଏବଂ କଚି ଘନୀ ୫ଲିଟର ସୋରିଷ ତେଲର ପୁନଃ ବ୍ୟବହୃତ ହେଉଥିବା ଜାର୍‌ ଗୃହିଣୀମାନଙ୍କର ବେଶ୍‌ ପ୍ରିୟଭାଜନ ହୋଇପାରିଛି ବୋଲି ଫ୍ରିଡମ୍‌ ତେଲର ଓଡ଼ିଶା ହେଡ୍‌ ଅମିୟ କୁମାର ଧଳ ବିସ୍ତୃତ ଭାବେ ସୂଚନା ଦେବା ସହ ମେଳା ବୁଲିବାକୁ ଆସୁଥିବା ସମସ୍ତ ଦର୍ଶକଙ୍କୁ ଫ୍ରିଡମ୍‌ ପରିବାର ପକ୍ଷରୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ସେହିଭଳି ବୈଶାଖୀ ମେଳାର ୪ର୍ଥ ସନ୍ଧ୍ୟାରେ ପ୍ରବଳ ଜନଗହଳି ଦେଖିବାକୁ ମିଳିଥିଲା। ଉକ୍ତ କାର୍ଯ୍ୟକ୍ରମରେ ପ୍ରମୋଦ ଖଲାର, ଅମିତ ମହାନ୍ତି, ପ୍ରକାଶ କୁମାର ପାତ୍ର ଏବଂ ପ୍ରଦୀପ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକୁ ସୁଚାରୁ ରୂପେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri