ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ/ଜୟପୁର, ୧୨।୩(ସ୍ବ.ପ୍ର./ନି.ପ୍ର.): କୋରାପୁଟ-ବିଶାଖାପାଟଣା ମଧ୍ୟରେ ପାଡୁଆ ଷ୍ଟେଶନର ଭେଜା ଗ୍ରାମ ନିକଟରେ ଏକ ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏହା ପରେ ଉକ୍ତ ରୁଟ୍‌ରେ ସମସ୍ତ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଥିଲା। ଲାଇନ୍‌ କ୍ଲିଅର କରାଯାଇ ୧୧ଘଣ୍ଟା ପରେ ଉକ୍ତ ରୁଟ୍‌ରେ ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହୋଇଥିଲା।
ସୂଚନାନୁଯାୟୀ, ଶୁକ୍ରବାର ଭୋରରୁ କୋରାପୁଟ ଜିଲାର ପାଡୁଆ ଷ୍ଟେଶନ ନିକଟ ଭେଜା ଗ୍ରାମରେ ଛତିଶଗଡ଼ର କିରଣ୍ଡଲରୁ ଲୁହାପଥର ନେଇ ବିଶାଖାପାଟଣା ଯାଉଥିବା ଏକ ମାଲବାହୀ ଟ୍ରେନ୍‌ କୌଣସି କାରଣରୁ ଲାଇନଚ୍ୟୁତ ହୋଇଯାଇଥିଲା। ଏଥିରେ ଟ୍ରେନ୍‌ର ୬ଟି ବଗି ଧାରଣାରୁ ବାହାରି ଯାଇଥିଲା। ଏଥିଯୋଗୁ ଏହି ରୁଟ୍‌ରେ ଯାଉଥିବା ସମସ୍ତ ଟ୍ରେନ୍‌ ଚଳାଚଳ ଦୀର୍ଘ ସମୟ ଧରି ବନ୍ଦ ରହିଥିଲା। ଖବରପାଇ ପାଡୁଆ ଷ୍ଟେଶନ ଓ କୋରାପୁଟରୁ ଏକ ଯାନ୍ତ୍ରିକ ଟିମ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ଦୀର୍ଘ ୧୧ ଘଣ୍ଟା ପରିଶ୍ରମ ପରେ ଅପରାହ୍ନରେ ୧ଟାରେ ଏହି ଲାଇନରେ ଟ୍ରେନ୍‌ ଚଳାଚଳ ଆରମ୍ଭ ହୋଇଥିବା କୋରାପୁଟ ଷ୍ଟେଶନ ମ୍ୟାନେଜର ଏନ୍‌.କେ. ଭିତରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri