ପୁଣି ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ, ରେଳ ଚଳାଚଳ ବାତିଲ

ବାଲେଶ୍ୱର,୫।୧୦: ବାଲେଶ୍ୱର ଜିଲା ହଳଦୀପଦା ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଫଳରେ ଗୁରୁବାର ରେଳ ଚଳାଚଳ ବାତିଲ କରାଯାଇଛି। ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ହଳଦୀପଦା ଷ୍ଟେସନ ମଝିରେ ଥିବା ଅମରା ବ୍ରିଜ ନିକଟରେ ବୁଧବାର ରେଳଟ୍ରାକ ଦବି ଯାଇଥିଲା। ରେଳ ବିଭାଗ ପକ୍ଷରୁ ପୁନରୁଦ୍ଧାର କାର୍ଯ୍ୟ ଶେଷ ହୋଇଥିଲା। କିନ୍ତୁ ଟ୍ରାକ ଦବି ଯାଇଥିବା ସ୍ଥାନରେ ପୁନଃ ମେଟାଲ ଫିଲିଙ୍ଗ ପାଇଁ ଆସିଥିବା ଏକ ମାଲବାହୀ ଟ୍ରେନ ସେହି ସମାନ ସ୍ଥାନରେ ଲାଇନଚ୍ୟୁତ ହୋଇଛି ।

ସୂଚନାଯୋଗ୍ୟ, ଦକ୍ଷିଣ ପୂର୍ବ ରେଳପଥ ପକ୍ଷରୁ ଯୁଦ୍ଧକାଳୀନ ସ୍ଥିତିରେ ପୁନରୁଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ସ୍ଥିତି ସାଭାବିକ ହୋଇନାହିଁ । ଅନେକ ଟ୍ରେନ ଗୁଡ଼ିକୁ ବାତିଲ କରାଯାଇଛି। ମାଲବାହୀ ଟ୍ରେନଟି ଲାଇନଚ୍ୟୁତ ହେବା ଫଳରେ ଟ୍ରାକଟି ସମ୍ପୂର୍ଣ ନଷ୍ଟ ହୋଇଯାଇଛି । ଘଟଣାସ୍ଥଳରା ଲାଇନଚ୍ୟୁତ ବଗିଟିକୁ ହଟାଯାଇଛି । ଦକ୍ଷିଣ ପୂର୍ବ ରେଳବାଇ ଜିଏମ, ଡିଆରଏମଙ୍କ ସହ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri