ରୁଷିଆ-ୟୁକ୍ରେନ ମଧ୍ୟରେ କଥାବାର୍ତ୍ତା ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇପାରିବେ ମୋଦି: ଫ୍ରାନସିସି ଖବରଦାତା

ୱାଶିଂଟନ,୨୧ ।୧: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ସାରା ବିଶ୍ୱ ପାଇଁ ଚର୍ଚ୍ଚାର ବିଷୟ ପାଲଟଛି । ବିଶେଷ କରି ପଶ୍ଚିମ ଦେଶ ପାଇଁ ଏବେ ଏହି ଯୁଦ୍ଧ ଚିନ୍ତାର କାରଣ ହୋଇଗଲାଣି । ଯୁଦ୍ଧ ଶେଷ ହେବାର କୌଣସି ରାସ୍ତା ଦେଖାଯାଉନାହିଁ । ଏହାରି ଭିତରେ ଜଣେ ବଡ ଫ୍ରାନସିସି ଖବରଦାତା ଏକ ବୟାନ ଦେଇଛନ୍ତି । ସେ କହିଛନ୍ତି ଭାରତର ପ୍ରଧାନମନ୍ତ୍ରୀ ଏମିତି ଜଣେ ବ୍ୟକ୍ତି ଦୁଇ ଯୁଦ୍ଧରତ ପଡୋଶୀ ଦେଶ ମଧ୍ୟରେ ବାର୍ତ୍ତାକୁ ସୁବିଧାଜନକ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇପାରିବେ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଛବି ରୁଷିଆରେ ଖୁବ ଭଲ । ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ସହ ଯୁଦ୍ଧ ଶେଷ ହେବାକୁ ନେଇ କଥା ହୋଇପାରିବେ ।
ଖବରଦାତା ଲାରା ହାଇନ କହିଛନ୍ତି, ଏବେ ଯୁଦ୍ଧ ଶେଷ ହେବା ବଡ କଠିନ ଲାଗୁଛି । କାରଣ ୟୁକ୍ରେନ ଚର୍ଚ୍ଚା କରିବାକୁ ଚାହୁଁନାହିଁ ଓ ୟୁକ୍ରେନ୍ ଚାହୁଁଛି ଅନ୍ତରାଷ୍ଟ୍ରୀୟ ନ୍ୟାୟାଳୟ(ଆଇସିଜେ) ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନକୁ ନେଇ ବିଚାର କରନ୍ତୁ । ସେ କହିଛନ୍ତି, ଆଶ୍ଚର୍ଯ୍ୟ ଲାଗୁଛି କି ଆମେରିକାରେ ଲୋକେ ରୁଷିଆ-ୟୁକ୍ରେନ୍ ଯୁଦ୍ଧ ସମ୍ପର୍କରେ କଥା ହେଉ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri