Posted inଖେଳ

କୋଭିଡ୍‌ କର୍ଫ୍ୟୁ ଯୋଗୁ ଫ୍ରେଞ୍ଚ୍‌ ଓପନ ପ୍ରେମୀଙ୍କ ଅସନ୍ତୋଷ

ପ୍ୟାରିସ, ୧୧ା୬(ଏପି): ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ବୁଧବାର ରାତି ୧୧ଟା ବେଳେ ଆକସ୍ମିକ କରୋନା ଭାଇରସ୍‌ କର୍ଫ୍ୟୁ ଜାରି ହେବାରୁ ଖେଳପ୍ରେମୀଙ୍କ ମହଲରେ ଏନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଲୋକେ ନୋଭାକ୍‌ ଜୋକୋଭିଚ୍‌ ବନାମ ମାଟେଓ ବେରେଟେନି କ୍ୱାର୍ଟରଫାଇନାଲ ମ୍ୟାଚ ଦେଖିବାକୁ ଆସିଥିଲେ। କର୍ଫ୍ୟୁ ଲାଗୁ ହେବା ପରେ ଷ୍ଟାଡିୟମରୁ ଦର୍ଶକ ଖାଲି କରିବାକୁ ପଡ଼ିଥିଲା। ୨୨ ମିନିଟ ବିଳମ୍ବରେ ଖେଳ ଆରମ୍ଭ ହୋଇଥିଲା ା ମହାମାରୀଜନିତ କଟକଣା କୋହଳ କରାଯିବା ପରେ ପ୍ରଥମେ ୧,୦୦୦ ଦର୍ଶକଙ୍କୁ ଅନୁମତି ମିଳିଥିଲା। ବୁଧବାର କୋର୍ଟ ଫିଲପ୍‌ ଚାଟ୍‌ରିଅରଠାରେ ମ୍ୟାଚ ଦେଖିବାକୁ ବୁଧବାର ୫,୦୦୦ ଦର୍ଶକଙ୍କୁ ଅନୁମତି ଦିଆଯାଇଥିଲା। ତେଣୁ ଆକସ୍ମିକ କରୋନା କର୍ଫ୍ୟୁ ଜାରି ପରେ ପରିସ୍ଥିତି କ’ଣ ହୋଇଥିବ ତାହା ସହଜେ ଅନୁମେୟ। ପରେ ଯେତେବେଳେ ମ୍ୟାଚ ଖେଳାଗଲା ଜୋକୋଭିଚ୍‌ ୬-୩, ୬-୨, ୬-୭(୫), ୭-୫ରେ ମ୍ୟାଚ୍‌ ଜିତିଥିଲେ। ଏଥିସହିତ ସେ ତାଙ୍କ ୪୦ତମ ଗ୍ରାଣ୍ଡସ୍ଲାମ ସେମିଫାଇନାଲରେ ପ୍ରବେଶ କରିଥିଲେ। ଜୋକୋଭିଚ୍‌ କହିଛନ୍ତି ମ୍ୟାଚ ବେଳେ ଦର୍ଶକଙ୍କଠାରୁ ଉତ୍ସାହ ମିଳିଲେ ଶକ୍ତି ବୃଦ୍ଧି ଘଟିଥାଏ। କର୍ଫ୍ୟୁରେ କେତେକ ସମର୍ଥକ ବିରକ୍ତି ପ୍ରକାଶ କରି କହିଥିଲେ ମ୍ୟାଚ ଦେଖିବା ଲାଗି ଆମେ ଟଙ୍କା ଖର୍ଚ୍ଚ କରିଛୁ, ତେଣୁ ଆମେ ଷ୍ଟାଡିୟମ ଛାଡ଼ିବୁ ନାହିଁ। କର୍ଫ୍ୟୁ ପାଇଁ ଉଭୟ ଖେଳାଳି ରାତି ୧୦ଟା ୫୫ରେ ଯେତେବେଳେ ସେମାନଙ୍କ ବ୍ୟାଗ୍‌ ସହ କୋର୍ଟ ପରିତ୍ୟାଗ କଲେ ଖେଳପ୍ରେମୀଙ୍କ ମଧ୍ୟରେ କୋଳାହଳ ସୃଷ୍ଟି ହୋଇଥିଲା। ଖେଳ ସ୍ଥଗିତ ରଖାଯିବା ବେଳେ ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ଜୋକୋଭିଚ୍‌ ୨-୧ ସେଟ୍‌ରେ ଅଗ୍ରଣୀ ରହିଥିଲେ ଏବଂ ଚତୁର୍ଥ ସେଟ୍‌ରେ ୩-୨ରେ ଆଗୁଆ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri