Posted inଖେଳ

ଫ୍ରେଞ୍ଚ୍‌ ଓପନ୍‌: କ୍ୱାର୍ଟରରେ ନାଡାଲ, ବିପର୍ଯ୍ୟୟ ଘଟାଇଲେ ସିନର

ପ୍ୟାରିସ୍‌,୫।୧୦(ଏପି): ୧୨ଥର ଫ୍ରେଞ୍ଚ୍‌ ଓପନ୍‌ ଟାଇଟଲ ହାସଲ କରିଥିବା ସ୍ପେନ୍‌ ଅଭିଜ୍ଞ ଟେନିସ ତାରକା ରାଫାଲ ନାଡାଲ ଏଥର ମଧ୍ୟ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ରବିବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ଦ୍ୱିତୀୟ ସିଡ୍‌ ନାଡାଲ ଆମେରିକାର ସେବାଷ୍ଟିଆନ କୋଡ୍ରାଙ୍କୁ ୬-୧, ୬-୧, ୬-୨ ସିଧାସଳଖ ସେଟ୍‌ରେ ପରାସ୍ତ କରି ଅଗ୍ରଗତି କରିଛନ୍ତି। ନାଡାଲ କ୍ରମାଗତ ଚତୁର୍ଥ ପ୍ରେଞ୍ଚ୍‌ ଓପନ ଟାଇଟଲ ହାସଲ ଲକ୍ଷ୍ୟରେ ରହିଛନ୍ତି। ୨୦ ବର୍ଷୀୟ ଆମେରିକାନ କ୍ୱାଲିଫାୟର କୋଡ୍ରା ଅବଶ୍ୟ ନାଡାଲଙ୍କୁ ଚ୍ୟାଲେଞ୍ଜ୍‌ ଦେବାରେ ବିଫଳ ହୋଇଥିଲେ। ନାଡାଲ କ୍ୱାର୍ଟରରେ ଇଟାଲୀର ୧୯ ବର୍ଷୀୟ ଖେଳାଳି ଜାନିକ୍‌ ସିନରଙ୍କୁ ଭେଟିବେ। ବିଶ୍ୱର ୭୫ ନମ୍ବର ଖେଳାଳି ସିନର ଅନ୍ୟଏକ ଚତୁର୍ଥ ରାଉଣ୍ଡ ମ୍ୟାଚ୍‌ରେ ଷଷ୍ଠ ସିଡ୍‌ ଜର୍ମାନୀର ଆଲେକଜାଣ୍ଡାର ଭେଭେରେଭଙ୍କୁ ୬-୩, ୬-୩, ୪-୬, ୬-୩ ସେଟ୍‌ରେ ହରାଇ ଏକ ବଡ଼ ବିପର୍ଯ୍ୟୟ ଘଟାଇବା ସହ ପ୍ରଥମ ଗ୍ରାଣ୍ଡସ୍ଲାମ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।
କୋଡ୍ରାଙ୍କ ପ୍ରଦର୍ଶନକୁ ନାଡାଲ ପ୍ରଶଂସା କରିଛନ୍ତି। ତାଙ୍କର ଭବିଷ୍ୟତ ଉଜ୍ଜ୍ୱଳ ବୋଲି ୩୪ ବର୍ଷୀୟ ନାଡାଲ କହିଛନ୍ତି। ବିଜୟୀ ହେବା ପାଇଁ ନାଡାଲା ମାତ୍ର ଏକ ଘଣ୍ଟା ୫୫ ମିନିଟ ସମୟ ଆବଶ୍ୟକ କରିଥିଲେ। ଫ୍ରେଞ୍ଚ୍‌ ଓପନ୍‌ର ଗତ ୧୬ଟି ସଂସ୍କରଣରେ ଅଂଶଗ୍ରହଣ କରି ନାଡାଲ ୧୪ଥର ପାଇଁ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।
ସେହିପରି ଟପ୍‌ ସିଡ୍‌ ସର୍ବୀୟାର ନୋଭାକ ଜୋକୋଭିଚ୍‌ ମଧ୍ୟ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେ ରୁଷିଆର କେ. କାଚାନୋଭଙ୍କୁ ଭେଟିବେ। ତୃତୀୟ ରାଉଣ୍ଡରେ ଜୋକୋଭିଚ୍‌ ୬-୦, ୬-୩, ୬-୨ ସେଟ୍‌ରେ ୧୫୩ ର଼୍ୟାଙ୍କର ଖେଳାଳି କଲମ୍ବିଆର ଡାନିଏଲ ଇଲାହି ଗାଲାନଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ଏଥିସହ ଜୋକୋଭିଚ୍‌ କ୍ରମାଗତ ୧୧ଥର ପାଇଁ ଫ୍ରେଞ୍ଚ୍‌ ଓପନ୍‌ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri