Posted inଖେଳ

ଫ୍ରେଞ୍ଚ୍‌ ଓପନ୍‌: ଫାଇନାଲରେ ନାଡାଲ

ପ୍ୟାରିସ୍‌,୧୦।୧୦(ଏପି): କ୍ଲେ କୋର୍ଟର ରାଜା ବିବେଚିତ ହେଉଥିବା ସ୍ପେନର ରାଫାଲ ନାଡାଲ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସର ପ୍ରଥମ ସେମିଫାଇନାଲ୍‌ରେ ଦ୍ୱିତୀୟ ସିଡ୍‌ ନାଡାଲ ଦ୍ୱାଦଶ ସିଡ୍‌ ଆର୍ଜେଣ୍ଟିନାର ଡିଏଗୋ ସ୍କ୍ବାର୍ଜମ୍ୟାନଙ୍କୁ ୬-୩, ୬-୩, ୭-୬ ସେଟ୍‌ରେ ପରାସ୍ତ କରି ଫାଇନାଲକୁ ଉଠିଛନ୍ତି। ଗତ ମାସ ଇଟାଲ୍‌ିଆନ ଓପନ୍‌ ଫାଇନାଲରେ ନାଡାଲଙ୍କୁ ପରାସ୍ତ କରି ସ୍କ୍ବାର୍ଜମ୍ୟାନ ଟାଇଟଲ ଜିତିଥିଲେ ମଧ୍ୟ ସେହି ସଫଳତାକୁ ଏଠାରେ ଦୋହରାଇ ପାରି ନ ଥିଲେ। ଏଥିସହ ନାଡାଲ ୨୦ତମ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲରୁ ଆଉ ମାତ୍ର ଗୋଟିଏ ପାଦ ଦୁରରେ ରହିଛନ୍ତି।
ପ୍ରଥମ ଦୁଇଟି ସେଟ୍‌କୁ ୩୪ ବର୍ଷୀୟ ନାଡାଲ ଅତି ସହଜରେ ଜିତି ନେଇଥିଲେ। ତେବେ ତୃତୀୟ ସେଟ୍‌ରେ ସ୍କ୍ବାର୍ଜମ୍ୟାନ କଡ଼ା ଚ୍ୟାଲେଞ୍ଜ ଦେଇଥିଲେ। ବିଜୟୀ ହେବାକୁ ନାଡାଲଙ୍କୁ ୩ ଘଣ୍ଟା ୯ ମିନିଟ୍‌ ସମୟ ଆବଶ୍ୟକ ହୋଇଥିଲା। ରୋଲାଣ୍ଡ ଗାରୋସ୍‌ରେ ନାଡାଲ ମାତ୍ର ୨ଥର ପରାସ୍ତ ହୋଇଛନ୍ତି। ସେ ୧୩ଥର ଫ୍ରେଞ୍ଚ୍‌ ଓପନ ସେମିରେ ପ୍ରବେଶ କରି ସବୁଥିରେ ବିଜୟ ହାସଲ କରିଛନ୍ତି। ଫାଇନାଲରେ ନାଡାଲ ଟପ୍‌ ସିଡ ସର୍ବିୟାର ନୋଭାକ ଜୋକୋଭିଚ୍‌ କିମ୍ବା ଗ୍ରୀସ୍‌ର ପଞ୍ଚମ ସିଡ୍‌ ଖେଳାଳି ଷ୍ଟିଫାନୋଜ ସିତିସପାସ୍‌ଙ୍କୁ ଭେଟିବେ। ୧୩ଥର ଫ୍ରେଞ୍ଚ୍‌ ଓପନ ଫାଇନାଲରେ ପ୍ରବେଶ କରିଥିବା ନାଡାଲ ବିଜୟୀ ହେଲେ ସୁଇଜରଲାଣ୍ଡର ରୋଜର ଫେଡେରରଙ୍କ ୨୦ତମ ଗ୍ରାଣ୍ଡସ୍ଲାମ ବିଜୟ ରେକର୍ଡର ସମକକ୍ଷ ହେବେ। ନାଡାଲ ଏହାକୁ ମିଶାଇ ୨୮ଥର ଗ୍ରାଣ୍ଡସ୍ଲାମ ଫାଇନାଲରେ ପ୍ରବେଶ କରିଛନ୍ତି। ଫ୍ରେଞ୍ଚ୍‌ ଓପନରେ ନାଡାଲ ଏପର୍ଯ୍ୟନ୍ତ ୧୦୧ଟି ମ୍ୟାଚ୍‌ ଖେଳିଛନ୍ତି। ସେଥିରୁ ସେ ୯୮ଟିରେ ବିଜୟୀ ହୋଇଥିବା ବେଳେ ୨ଟିରେ ପରାସ୍ତ ହୋଇଛନ୍ତି। ଅପରପକ୍ଷରେ ପ୍ରଥମଥର ପାଇଁ ଫ୍ରେଞ୍ଚ୍‌ ଓପନ ଫାଇନାଲରେ ଖେଳିବାକୁ ଲକ୍ଷ୍ୟ ରଖିଥିବା ସ୍କ୍ବାର୍ଜମ୍ୟାନଙ୍କ ଆଶା ଧୂଳିସାତ ହୋଇଛି। ବିଜୟ ନିଶ୍ଚିତ ଭାବେ କଷ୍ଟସାଧ୍ୟ ଥିଲା ବୋଲି ନାଡାଲ କହିଛନ୍ତି। ସ୍କ୍ବାର୍ଜମ୍ୟାନଙ୍କ ପ୍ରଦର୍ଶନକୁ ସେ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri