Posted inଖେଳ

ଫ୍ରେଞ୍ଚ୍‌ ଓପନ: ଦୈନିକ ୧ ହଜାର ଦର୍ଶକଙ୍କୁ ଅନୁମତି

ପ୍ୟାରିସ, ୨୬ା୯ (ଏପି)- ପ୍ୟାରିସ୍‌ରେ କରୋନା ଭାଇରସ୍‌ ମହାମାରୀ ଅବସ୍ଥା ବିଗିଡ଼ିବାରେ ଲାଗିଛି। ଏଥିପାଇଁ ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ଦୈନିକ ଦର୍ଶକଙ୍କ ସଂଖ୍ୟା ବାରମ୍ବାର କାଟଛାଣ୍ଟ କରାଯାଇ ଶେଷରେ ୧,୦୦୦ରେ ସୀମିତ ରଖାଯାଇଛି। ଷ୍ଟାଡିୟମରେ ଦୈନିକ ଦର୍ଶକ ସଂଖ୍ୟା ୫,୦୦୦ରୁ ହ୍ରାସ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଜିନ୍‌ କାଷ୍ଟେକ୍ସ ଗୁରୁବାର ଘୋଷଣା କରିଥିଲେ। ଶୁକ୍ରବାର ତାଙ୍କ କାର୍ଯ୍ୟାଳୟ ତରଫରୁ ସ୍ପଷ୍ଟ କରାଯାଇଛି ଯେ, କେବଳ ଦର୍ଶକଙ୍କ ସଂଖ୍ୟା କମାଇ ଦିଆଯାଇଛି। ଖେଳାଳି, କୋଚ୍‌, ଆୟୋଜକ ଏବଂ ରୋଲାଣ୍ଡ ଗ୍ୟାରୋସରେ କାର୍ଯ୍ୟରତ ଅନ୍ୟମାନଙ୍କ ସଂଖ୍ୟାରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଏହି ନିଷ୍ପତ୍ତି ନିଶ୍ଚିତରୂପେ ବଡ଼ ଧକ୍କା ବୋଲି ଟୁର୍ନାମେଣ୍ଟ ନିର୍ଦ୍ଦେଶକ ଗଏ ଫର୍ଗେଟ୍‌ ପ୍ରକାଶ କରିଛନ୍ତି। ୩ ସପ୍ତାହ ପୂର୍ବେ ଏଥର ଟୁର୍ନାମେଣ୍ଟରେ ଦୈନିକ ଦର୍ଶକଙ୍କ ସଂଖ୍ୟା ୧୧,୫୦୦ ଭିତରେ ସୀମିତ ରଖାଯିବ ବୋଲି ସ୍ଥିର କରାଯାଇଥିଲା। ଦର୍ଶକଙ୍କୁ ତିନୋଟି କୋର୍ଟରେ ବାଣ୍ଟି ଦିଆଯିବା ଲାଗି ସ୍ଥିର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଭାରତ ସହିତ ଖେଳିବାକୁ ପାକିସ୍ତାନ ରାଜି ହେବା ପରେ ରାତାରାତି ଦ୍ୱିଗୁଣିତ ହୋଇଗଲା ଫ୍ଲାଇଟ୍‌ ଟିକେଟ୍‌ ଦାମ୍‌

ନୂଆଦିଲ୍ଲୀ,୧୦।୨: ICC ସହିତ ଏକ ବୈଠକ ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ମ୍ୟାଚ ୧୫ ଫେବୃଆରୀରେ…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri