Posted inଖେଳ

ଫ୍ରେଞ୍ଚ୍‌ ଓପନ: ସ୍ବିଟେକ-କେନିନ ଫାଇନାଲ

ପ୍ୟାରିସ, ୯।୧୦-ପୋଲାଣ୍ଡର ଇଗା ସ୍ବିଟେକ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଫାଇନାଲରେ ସେ ୪ ନମ୍ବର ଖେଳାଳି ସୋଫିଆ କେନିନଙ୍କୁ ଭେଟିବେ। ଦ୍ୱିତୀୟ ସେମିଫାଇନାଲରେ କେନିନ୍‌ ୭ ନମ୍ବର ଖେଳାଳି ପେତ୍ରା କ୍ୱିଟୋଭାଙ୍କୁ ୬-୪, ୭-୫ ସେଟ୍‌ରେ ପରାସ୍ତ କରିଛନ୍ତି। ବିଶ୍ୱ ର଼୍ୟାଙ୍ଗିଙ୍ଗର ୫୪ତମ ସ୍ଥାନରେ ଥିବା ସ୍ବିଟେକ ଗୁରୁବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ୧୩୧ତମ ର଼୍ୟାଙ୍ଗ୍‌ପ୍ରାପ୍ତ ଆର୍ଜେଣ୍ଟିନାର ନାଦିଆ ପୋଡୋରୋସ୍କାଙ୍କୁ ସିଧାସଳଖ ୬-୨, ୬-୧ ସେଟ୍‌ରେ ପରାସ୍ତ କରିଥିଲେ। ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ କରି ଆସିଥିବା ପୋଡୋରୋସ୍କା ସେମିଫାଇନାଲରେ କିନ୍ତୁ ସ୍ବିଟେକଙ୍କ ସମକକ୍ଷ ପ୍ରଦର୍ଶନ କରିପାରି ନ ଥିଲେ। ସ୍ବିଟେକ ପ୍ରଥମଥରପାଇଁ କୌଣସି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୂର୍ବରୁ ସେ ୨୦୧୯ରେ ଫ୍ରେଞ୍ଚ୍‌ ଓପନରେ ସର୍ବାଧିକ ୪ର୍ଥ ରାଉଣ୍ଡରେ ପ୍ରବେଶ କରି ପାରିଥିଲେ। ଅଷ୍ଟ୍ରେଲିଆନ ଓପନରେ ସେ ୨୦୧୯ରେ ୨ୟ ରାଉଣ୍ଡରୁ ବିଦାୟ ନେଇଥିବାବେଳେ ୨୦୨୦ରେ ୪ର୍ଥ ରାଉଣ୍ଡ ପର୍ଯ୍ୟନ୍ତ ଯାଇ ପାରିଥିଲେ। ଗତବର୍ଷ ସେ ଓ୍ବିମ୍ବେଲଡନର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିଲେ। ସେହିପରି ୟୁଏସ ଓପନରେ ସେ ୨୦୧୯ରେ ଦ୍ୱିତୀୟ ଓ ଚଳିତ ବର୍ଷ ତୃତୀୟ ରାଉଣ୍ଡରୁ ବିଦାୟ ନେଇଥିଲେ। ଫ୍ରେଞ୍ଚ୍‌ ଓପନ ଫାଇନାଲରେ ପ୍ରବେଶ କରି ସେ ଟାଇଟଲ ଜିତିବା ସମ୍ଭାବନା ସୃଷ୍ଟି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri