Posted inଖେଳ

ଫ୍ରେଞ୍ଚ୍‌ ଓପନ୍‌ ଟେନିସ୍‌: ହାଲେପ୍‌, ଭିଟୋଲିନା ବିଜୟୀ

ପ୍ୟାରିସ୍‌,୩।୧୦(ଏପି): ପ୍ରେଞ୍ଚ୍‌ ଓପନ୍‌ ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଟପ୍‌ ସିଡ୍‌ ତଥା ଟାଇଟଲ ଫେଭରାଇଟ୍‌ ରୋମାନିଆର ସିମୋନା ହାଲେପ୍‌ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେ ଶୁକ୍ରବାର ତୃତୀୟ ରାଉଣ୍ଡ ମ୍ୟାଚ୍‌ରେ ଆମେରିକାର ୨୫ତମ ସିଡ୍‌ ଖେଳାଳି ଅମଣ୍ଡା ଆନିସିମୋଭାଙ୍କୁ ୬-୦, ୬-୧ ସେଟ୍‌ରେ ପରାସ୍ତ କରି ଅଗ୍ରଗତି କରିଛନ୍ତି। ଏଥି ସହିତ ହାଲେପ୍‌ ଅମଣ୍ଡାଙ୍କଠାରୁ ଗତବର୍ଷ ଫ୍ରେଞ୍ଚ୍‌ ଓପନ୍‌ ପରାଜୟର ମଧୁର ପ୍ରତିଶୋଧ ନେଇଛନ୍ତି। ଚତୁର୍ଥ ରାଉଣ୍ଡରେ ହାଲେପ୍‌ ଏବେ ଅଣସିଡ୍‌ ପୋଲାଣ୍ଡର ଟିନ୍‌ଏଜ ଖେଳାଳି ଇଗା ସ୍ବିଆଟେକ୍‌ଙ୍କୁ ଭେଟିବେ। ବର୍ଷେ ତଳେ ଅମଣ୍ଡା କ୍ୱାର୍ଟରରେ ଫାଇନାଲରେ ହରାଇଥିଲେ। ୨୦୧୮ରେ ହାଲେପ୍‌ ଫ୍ରେଞ୍ଚ୍‌ ଓପନ ଟାଇଟଲ ହାସଲ କରିଥିଲେ ଓ ସେ ଏହି ଟୁର୍ନାମେଣ୍ଟରେ ଦୁଇଥର ରନର୍ସଅପ୍‌ ମଧ୍ୟ ହୋଇଛନ୍ତି। ସେହିପରି ସ୍ବିଆଟେକ ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚ୍‌ରେ କାନାଡ଼ାର ତାରକା ଖେଳାଳି ୟୁଗେନି ବୌଚାର୍ଡଙ୍କୁ ୬-୩, ୬-୨ ସେଟ୍‌ରେ ପରାସ୍ତ କରି ଚତୁର୍ଥ ରାଉଣ୍ଡକୁ ଉଠିଛନ୍ତି। ୧୯ ବର୍ଷୀୟ ସ୍ବିଆଟେକ୍‌ ଅନ୍ୟ ୪ଜଣ ଟିନ୍‌ଏଜର ଖେଳାଳିଙ୍କ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେହିପରି ତୃତୀୟ ସିଡ୍‌ ମାନ୍ୟତା ପାଇଥିବା ୟୁକ୍ରେନର ଏଲିନା ଭିଟୋଲିନା ତୃତୀୟ ରାଉଣ୍ଡରେ ରୁଷିଆ ୨୭ତମ ସିଡ୍‌ ଖେଳାଳି ଏକାଟେରିନା ଆଲେକ୍‌ଜାଣ୍ଡ୍ରୋଭାଙ୍କୁ ୬-୪, ୭-୫ ସେଟ୍‌ରେ ହରାଇ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେହିପରି ଆର୍ଜେଣ୍ଟିନାର ନାଡିଆ ପୁଡୋରୋସ୍କା ତୃତୀୟ ରାଉଣ୍ଡରେ ସ୍ଲୋଭାକିଆର ଆନ୍ନା କାରୋଲିନା ସିମିଏଡଲୋଭାଙ୍କୁ ୬-୩, ୬-୨ ସେଟ୍‌ରେ ହରାଇ ଚତୁର୍ଥ ରାଉଣ୍ଡକୁ ଉଠିଛନ୍ତି।

ଚତୁର୍ଥ ରାଉଣ୍ଡରେ ଥିମ୍‌
ୟୁଏସ୍‌ ଓପନ୍‌ ଚାମ୍ପିୟନ ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ଚଳିତ ଫ୍ରେଞ୍ଚ୍‌ ଓପନ୍‌ ଟୁର୍ନାମେଣ୍ଟର ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ତୃତୀୟ ରାଉଣ୍ଡ ମ୍ୟାଚ୍‌ରେ ତୃତୀୟ ସିଡ୍‌ ମାନ୍ୟତା ପାଇଥିବା ଥିମ୍‌ ନରଓ୍ବେର କାସ୍ପର ରୁଡଙ୍କୁ ୬-୪, ୬-୩, ୬-୧ ସେଟ୍‌ରେ ପରାସ୍ତ କରି ଅଗ୍ରଗତି କରିଛନ୍ତି। ଫ୍ରେଞ୍ଚ୍‌ ଓପନର ଗତ ଦୁଇଟି ସଂସ୍କରଣରେ ଥିମ୍‌ ଫାଇନାଲରେ କ୍ଲେକୋର୍ଟର ରାଜା କୁହାଯାଉଥିବା ସ୍ପେନର ରାଫାଲ ନାଡାଲଙ୍କଠାରୁ ପରାସ୍ତ ହୋଇ ରନର୍ସଅପ୍‌ରେ ସନ୍ତୁଷ୍ଟ ହୋଇଥିଲେ। ସେ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ କରିପାରି ନ ଥିଲେ ମଧ୍ୟ ବିଜୟୀ ହେବାକୁ ସକ୍ଷମ ହୋଇଥିଲେ। ଯଦି ବିଜୟୀ ହୋଇଥାନ୍ତେ ତା’ହେଲେ ରୁଡ୍‌ ଦ୍ୱିତୀୟ ନରଓ୍ବେ ଖେଳାଳିଭାବେ କୌଣସି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଥାନ୍ତେ। ପୂର୍ବରୁ ତାଙ୍କ ପିତା ତଥା କୋଚ୍‌ ଖ୍ରୀଷ୍ଟିଆନ ରୁଡ ୧୯୯୭ରେ ଅଷ୍ଟ୍ରେଲିଆନ ଓପନ୍‌ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?