Posted inଖେଳ

ଫ୍ରେଞ୍ଚ୍‌ ଓପନ୍‌ ଟେନିସ୍‌: ନାଡାଲ- ସ୍ବାର୍ଜମ୍ୟାନ ସେମିଫାଇନାଲ

ପ୍ୟାରିସ୍‌,୮।୧୦(ଏପି): କ୍ଲେ କୋର୍ଟର ରାଜା କୁହାଯାଉଥିବା ସ୍ପେନ ଅଭିଜ୍ଞ ଟେନିସ ଖେଳାଳି ରାଫାଲ ନାଡାଲ ଫ୍ରେଞ୍ଚ୍‌ ଓପନ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ମଧ୍ୟରାତ୍ରି ପରେ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ୧୨ଥର ଫ୍ରେଞ୍ଚ୍‌ ଓପନ ଟାଇଟଲ ହାସଲ କରିଥିବା ନାଡାଲ ଇଟାଲୀର ୧୯ ବର୍ଷୀୟ ଖେଳାଳି ଜାନିକ ସିନରଙ୍କୁ ୭-୬, ୬-୪, ୬-୧ ସେଟ୍‌ରେ ପରାସ୍ତ କରିଥିଲେ। ୭୫ମ ର଼୍ୟାଙ୍କର ସିନର ପ୍ରଥମ ଗ୍ରାଣ୍ଡସ୍ଲାମ କ୍ୱାର୍ଟର ଫାଇନାଲ ଖେଳିଥିଲେ। ଏଥିସହିତ ଦ୍ୱିତୀୟ ସିଡ୍‌ ମାନ୍ୟତା ପାଇଥିବା ନାଡାଲ ରେକର୍ଡ ୧୩ଥର ପାଇଁ ଫ୍ରେଞ୍ଚ୍‌ ଓପନ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଏହି ମ୍ୟାଚ୍‌ ରାତି ୧.୩୦ରେ ଶେଷ ହୋଇଥିଲା। ପ୍ୟାରିସ୍‌ର ପାଗ ଏବେ ବେଶ୍‌ ଥଣ୍ଡା ରହିଛି। ଫଳରେ ସମସ୍ୟା ସୃଷ୍ଟି ହୋଇଛି ବୋଲି ନାଡାଲ କହିଛନ୍ତି। ଏଥର ସଫଳ ହେଲେ ନାଡାଲ କ୍ୟାରିୟରର ୧୩ତମ ଫ୍ରେଞ୍ଚ୍‌ ଓପନ ଓ ୨୦ତମ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିବା ସହିତ ରୋଜର ଫେଡରରଙ୍କ ସମକକ୍ଷ ହେବେ। ଫ୍ରେଞ୍ଚ୍‌ ଓପନ୍‌ରେ ନାଡାଲ ୯୮ଟି ମ୍ୟାଚ୍‌ରେ ବିଜୟ ହାସଲ କରିଥିବା ବେଳେ ମାତ୍ର ୨ଟି ରେ ପରାସ୍ତ ହୋଇଛନ୍ତି। ପୁଣି ସେମିଫାଇନାଲ ଓ ଫାଇନାଲ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ନାଡାଲ ସବୁ ୨୪ଟି ମୁକାବିଲାରେ ବିଜୟୀ ହୋଇଥିବା ବେଳେ ଆଦୌ ପରାସ୍ତ ହୋଇନାହାନ୍ତି। ତେବେ ସିନରଙ୍କ ପ୍ରଦର୍ଶନକୁ ନାଡାଲ ପ୍ରଶଂସା କରିଛନ୍ତି। ସେ ଜଣେ ପ୍ରତିଭାସମ୍ପନ୍ନ ଖେଳାଳି ଓ ତାଙ୍କ ଭବିଷ୍ୟତ ଉଜ୍ଜ୍ୱଳ ବୋଲି ସେ କହିଛନ୍ତି।
ନାଡାଲ ସେମିଫାଇନାଲରେ ଆର୍ଜେଣ୍ଟିନାର ଦ୍ୱାଦଶ ସିଡ୍‌ ଖେଳାଳି ଡିଏଗୋ ସ୍ବାର୍ଜମ୍ୟାନଙ୍କୁ ଭେଟିବେ। ସ୍ବାର୍ଜମ୍ୟାନ ଅନ୍ୟଏକ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରିଆର ତୃତୀୟ ସେଟ୍‌ ଖେଳାଳି ଡୋମିନିକ୍‌ ଥିମ୍‌ଙ୍କୁ ମରାଥନ ୭-୬, ୫-୭, ୬-୭, ୭-୬, ୬-୨ ସେଟ୍‌ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସ୍ବାର୍ଜମ୍ୟାନ ତାଙ୍କ କ୍ୟାରିୟରର ପ୍ରଥମ ସେମିରେ ପ୍ରବେଶ କରିଛନ୍ତି। ବିଜୟୀ ହେବା ପାଇଁ ତାଙ୍କ ୫ ଘଣ୍ଟା ସମୟ ଲାଗିଥିଲା। ପୂର୍ବରୁ କୌଣସି ଗ୍ରାଣ୍ଡସ୍ଲାମରେ ୨୮ ବର୍ଷୀୟ ସ୍ବାର୍ଜମ୍ୟାନ କୌଣସ ଟପ୍‌-୫ ଖେଳାଳିଙ୍କୁ ପରାସ୍ତ କରି ନ ଥିଲେ। ପୂର୍ବରୁ ସେ ବିଭିନ୍ନ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରେ ୩ଟି କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ପରାସ୍ତ ହୋଇଥିଲେ। ଜବରଦସ୍ତ ଫର୍ମରେ ଥିଲେ ମଧ୍ୟ ଥିମ୍‌ ବିଜୟୀ ହେବାକୁ ସକ୍ଷମ ହୋଇ ନ ଥିଲେ। ବିଜୟୀ ହୋଇପାରି ନ ଥିବାରୁ ସେ ନୈରାଶ୍ୟ ଜାହିର କରିଛନ୍ତି। ସେମିଫାଇନାଲରେ ଅଭିଜ୍ଞତା ଦୃଷ୍ଟିକୋଣରୁ ନାଡାଲ ଫେଭରାଇଟ୍‌ ବିବେଚିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri