Posted inଖେଳ

ଫ୍ରେଞ୍ଚ୍‌ ଓପନ ଟେନିସ:ବିପର୍ଯ୍ୟୟ ଘଟାଇଲେ ପୋଡୋରୋସ୍କା

ପ୍ୟାରିସ, ୭।୧୦- ଆର୍ଜେଣ୍ଟିନାର ନାଡିଆ ପୋଡୋରୋସ୍କା ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଫ୍ରେଞ୍ଚ୍‌ ଓପନ ଇତିହାସରେ ଆଧୁନିକ ଯୁଗର ପ୍ରଥମ କ୍ୱାଲିଫାୟରଭାବେ ସେ ଏହି ସୌଭାଗ୍ୟ ଅର୍ଜନ କରିଛନ୍ତି। ଏହାପୂର୍ବରୁ ପୋଡୋରୋସ୍କାର କେବେହେଲେ କ୍ୱାଲିଫାଇଂ ରାଉଣ୍ଡ ଅତିକ୍ରମ କରି ରୋଲାଣ୍ଡ ଗାରୋସରେ ମୁଖ୍ୟ ଡ୍ରରେ ସ୍ଥାନ ପାଇପାରି ନ ଥିଲେ। ପ୍ରଥମଥରପାଇଁ କୌଣସି ଏକ ବଡ଼ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଥିବା ପୋଡୋରୋସ୍କା ମଙ୍ଗଳବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ ତୃତୀୟ ସିଡ୍‌ ୟୁକ୍ରେନର ଏଲିନା ସ୍ବିତଲିନାଙ୍କୁ ସିଧାସଳଖ ୬-୨, ୬-୪ ସେଟ୍‌ରେ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି। ସେମିଫାଇନାଲରେ ପାଡୋରୋସ୍କା ଅନ୍ୟଜଣେ କ୍ୱାଲିଫାୟର ଇଟାଲିର ମାର୍ଟିନା ଟ୍ରେଭିସାନଙ୍କୁ ଭେଟିବା ସମ୍ଭାବନା ରହିଛି। ପୂର୍ବରୁ ଅନୁଷ୍ଠିତ ଏକ ୪ର୍ଥ ରାଉଣ୍ଡ ମ୍ୟାଚରେ ଡାନିଏଲ ରୋଜ୍‌ କଲିନ୍ସ ୬-୪, ୪-୬, ୬-୪ ସେଟ୍‌ରେ ଓନସ ଜାବେଉରଙ୍କୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି। ମହିଳା ଡବଲ୍ସରେ କ୍ରିଷ୍ଟିନା ମାଲଡେନୋଭିକ୍‌-ଟିମିଆ ବାବୋସ ଯୋଡ଼ି ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଏହି ଯୋଡ଼ି କ୍ୱାର୍ଟର ଫାଇନାଲରେ ମାର୍ଟା କୋଷ୍ଟ୍ୟୁକ-ଆଲେକଜାଣ୍ଡ୍ରା ସାସ୍ନୋଭିଚ୍‌ଙ୍କୁ ୬-୨, ୭-୫ ସେଟ୍‌ରେ ହରାଇ ଦେଇଛନ୍ତି।
ବୁଷ୍ଟା କ୍ୱାର୍ଟରରେ
ପୁରୁଷ ସିଙ୍ଗଲ୍ସର ଏକ ୪ର୍ଥ ରାଉଣ୍ଡ ମ୍ୟାଚରେ ବିଜୟୀ ହୋଇ ସ୍ପେନର ପାବ୍‌ଲୋ କାରେନୋ ବୁଷ୍ଟା କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ସେ ୬-୨, ୭-୫, ୬-୨ ସେଟ୍‌ରେ ଜର୍ମାନୀର ଡାନିଏଲ ଅଲ୍ଟମେରଙ୍କୁ ହରାଇ ଦେଇଛନ୍ତି। ପୁରୁଷ ଡବଲ୍ସରେ ଆନ୍ଦ୍ରେସ ମାଇଲ୍ସ-କେଭିନ କ୍ରାଓ୍ବିଜ ଯୋଡ଼ି ସେମିଫାଇନାଲରେ ପହଞ୍ଚତ୍ଛନ୍ତି। କ୍ୱାର୍ଟର ଫାଇନାଲରେ ଏହି ଯୋଡ଼ି ଜେମି ମୁରେ-ନିଅଲ ସ୍କୁପସ୍କି ଯୋଡ଼ିଙ୍କୁ ୬-୪, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri