Posted inଖେଳ

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ତୃତୀୟ ରାଉଣ୍ଡରେ ଜେଭେରେଭ, ଇସ୍ନର

ପ୍ୟାରିସ,୩।୬: ଫ୍ରେଞ୍ଚ୍‌ ଓପନ ବୁଧବାର ଚତୁର୍ଥ ଦିବସରେ ପହଞ୍ଚିଛି। ପୁରୁଷ ସିଙ୍ଗଲ୍ସରେ ଜର୍ମାନୀର ଷଷ୍ଠ ସିଡ୍‌ ଖେଳାଳି ଆଲେକଜାଣ୍ଡର ଜେଭେରେଭ୍‌, ୧୫ତମ ସିଡ୍‌ ଖେଳାଳି ନରଓ୍ବେର କାସପର ରୁଡ୍‌, ୨୭ତମ ସିଡ୍‌ ଇଟାଲୀର ଫାବିଓ ଫୋଗନିନି, ୩୧ତମ ସିଡ୍‌ ଖେଳାଳି ଆମେରିକାର ଜନ୍‌ ଇସ୍ନର ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଜେଭେରେଭ ୭-୬, ୬-୩, ୭-୬ ସେଟ୍‌ରେ କ୍ୱାଲିଫାୟର ରୋମାନ ସାଫିଉଲିନ୍‌ଙ୍କୁ ପରାସ୍ତ କରି ତୃତୀୟ ରାଉଣ୍ଡକୁ ଉଠିଛନ୍ତି। ତୃତୀୟ ରାଉଣ୍ଡରେ ଜେଭେରେଭ ସର୍ବିଆର ଲାସଲୋ ଡେରେଙ୍କୁ ଭେଟିବେ। ଟପ୍‌ ସିଡ୍‌ ନୋଭାକ ଜୋକୋଭିଚ୍‌ ବୁଧବାର ପ୍ରଥମ ରାଉଣ୍ଡ ମ୍ୟାଚ୍‌ରେ ୬-୨, ୬-୪, ୬-୨ ସେଟ୍‌ରେ ଆମେରିକାର ଟେନିସ ସାଣ୍ଡଗ୍ରେନଙ୍କୁ ହରାଇ ଅଭିଯାନ ଆରମ୍ଭ କରିଛନ୍ତି। ସେହିପରି ଫୋଗନିନି ୭-୬, ୬-୧, ୬-୨ ସେଟ୍‌ରେ ହଙ୍ଗେରୀର ମାର୍ଟନ ଫକୋଶୋଭିକ୍ସଙ୍କୁ ଭେଟିବେ। ଇସ୍ନର ୭-୬, ୬-୧, ୭-୬ ସେଟ୍‌ରେ ଫିଲିପ୍‌ କ୍ରାଜିନୋଭିକଙ୍କୁ ପରାସ୍ତ କରି ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।
କଲିନ୍ସ, ଭେସନିନା ତୃତୀୟ ରାଉଣ୍ଡକୁ ଉଠିଲେ
ମହିଳା ସିଙ୍ଗଲ୍ସରେ ଆମେରିକାର ଡାନିଏଲ କଲିନ୍ସ ୬-୦, ୬-୨ ସେଟ୍‌ରେ ଆନହେଲିନା କାଲିଆନାଙ୍କୁ ଦ୍ୱିତୀୟ ରାଉଣ୍ଡରେ ପରାସ୍ତ କରି ଅଗ୍ରଗତି କରିଛନ୍ତି। ସେହିପରି ରୁଷିଆର ଏଲିନା ଭେସନିନା ଦ୍ୱିତୀୟ ରାଉଣ୍ଡରେ ଓ୍ବାକଓଭର ପାଇ ତୃତୀୟ ରାଉଣ୍ଡକୁ ଉଠିଛନ୍ତି। ସେହିପରି ତୃତୀୟ ରାଉଣ୍ଡରେ ପ୍ରବେଶ କରିଥିବା ଅନ୍ୟ ଖେଳାଳିମାନେ ହେଲେ ଟି. ଜିଡାନସେକ, କେ. ସିନିଆକୋଭା, ଏସ୍‌. ସିର୍ଷ୍ଟିଆ, ଡି. କାସାଟକିନା, ପି. ହେରକୋଗ, ଏମ. ଭୋଣ୍ଡ୍ରୋଉଶୋଭା, ପି. ବଡୋଶା, ଏ. ବୋଗଡାନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri