Posted inଖେଳ

ଫ୍ରେଞ୍ଚ୍‌ ଓପନ୍‌: ଟପ୍‌ ସିଡ୍‌ ହାଲେପ୍‌ଙ୍କ ବିପର୍ଯ୍ୟୟ, କ୍ୱାର୍ଟରରେ ଭିଟୋଲିନା

ପ୍ୟାରିସ୍‌,୫।୧୦(ଏପି): ଫ୍ରେଞ୍ଚ୍‌ ଓପନ୍‌ ମହିଳା ସିଙ୍ଗଲ୍ସରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଟପ୍‌ସିଡ୍‌ ମାନ୍ୟତା ପାଇଥିବା ରୋମାନିଆର ସିମୋନ ହାଲେପ୍‌ ରବିବାର ଚତୁର୍ଥ ରାଉଣ୍ଡରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ପୋଲାଣ୍ଡର ୧୯ ବର୍ଷୀୟା ଖେଳାଳି ଇଗା ସ୍ବିଟେକ ୬-୧, ୬-୨ ସେଟ୍‌ରେ ହାଲେପଙ୍କୁ ହରାଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହିତ ସେ କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ କ୍ୱାର୍ଟର ଫାଇନାଲକୁ ଉଠିଛନ୍ତି। ହାଲେପ୍‌ କ୍ରମାଗତ ୧୭ଟି ମ୍ୟାଚ୍‌ ଜିତିବା ପରେ ପରାଜୟର ସମ୍ମୁଖୀନ ହୋଇଛନ୍ତି। ମାତ୍ର ୨୬ ମିନିଟ୍‌ରେ ହାଲେପ୍‌ ପ୍ରଥମ ସେଟ୍‌ରେ ପରାଜୟବରଣ କରିଥିଲେ। ଏହାପରେ ପ୍ରବଳ ପ୍ରୟାସ କରିଥିଲେ ମଧ୍ୟ ହାଲେପ ଦ୍ୱିତୀୟ ସେଟ୍‌ରେ ପରାସ୍ତ ହୋଇଥିଲେ। ସ୍ବିଟେକ ଏବେ କ୍ୱାର୍ଟରରେ ଇଟାଲୀର ମାର୍ଟିନ ଟ୍ରେଭିସାନଙ୍କୁ ଭେଟିବେ। ଟ୍ରେଭିସାନ ଅନ୍ୟଏକ ଚତୁର୍ଥ ରାଉଣ୍ଡ ମ୍ୟାଚ୍‌ରେ ୬-୪, ୬-୪ ସେଟ୍‌ରେ ଡଚ୍‌ ପଞ୍ଚମ ସିଡ୍‌ ଖେଳାଳି କିକି ବର୍ଟେନ୍ସଙ୍କୁ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସ୍ବିଟେକଙ୍କ ଆକ୍ରମଣାତ୍ମକ ପ୍ରଦର୍ଶନକୁ ହାଲେପ ପ୍ରଶଂସା କରିଛନ୍ତି। ଯୋଜନା ଅନୁଯାୟୀ ଭଲ ପ୍ରଦର୍ଶନ କରିଥିଲି ଓ ହାଲେପ୍‌ଙ୍କୁ ହରାଇ ଥିବା ବିଶ୍ୱାସ କରିପାରୁ ନାହିଁ ସ୍ବିଟେକ କହିଛନ୍ତି।
ସେହିପରି ମହିଳା ସିଙ୍ଗଲ୍ସ ଅନ୍ୟଏକ କ୍ୱାର୍ଟର ଫାଇନାଲରେ ତୃତୀୟ ସିଡ୍‌ ଏଲିନା ଭିଟୋଲିନା ଓ ଆର୍ଜେଣ୍ଟିନାର ନାଡିଆ ପୋଡୋରୋସ୍କା ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି। ଭିଟୋଲିନା ଚତୁର୍ଥ ରାଉଣ୍ଡରେ ୬-୧, ୬-୩ ସେଟ୍‌ରେ ପରାସ୍ତ କରି କ୍ୱାର୍ଟରକୁ ଉଠିଛନ୍ତି। ସେହିପରି ଅନ୍ୟଏକ ଚତୁର୍ଥ ରାଉଣ୍ଡ ମୁକାବିଲାରେ ନାଡିଆ ଚେକ ଗଣରାଜ୍ୟର ବାରବୋରା କ୍ରେଜ୍‌ସିକୋଭାଙ୍କୁ ୨-୬, ୬-୨, ୬-୩ ସେଟରେ ହରାଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri