ଫ୍ରାନ୍ସ ରାଷ୍ଟ୍ରପତିଙ୍କ ପୁରୁଣା ଭିଡିଓ ଭାଇରାଲ

ପ୍ୟାରିସ,୨୨ ।୧୧: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କୁ ସର୍ବସାଧାରଣରେ ଜଣେ ମହିଳା ଥାପଡ ମାରିଥିଲେ । ମେହର ନ୍ୟୁଜ ଏଜେନ୍ସି ଏକ ଭାଇରାଲ ଭିଡିଓ ଶେୟାର କରି ଏହି ସୂଚନା ଦେଇଛି । ହେଲେ ଏହି ଭିଡିଓଟି ବହୁ ପୁରୁଣା ବୋଲି କୁହାଯାଉଛି । ହେଲେ ଏହା ପ୍ରଥମଥର ନୁହେଁ ଯେ ଇମାନୁଏଲ ମାକ୍ରୋନକୁ କେହି ଥାପଡ ମାରୁଛି । ଏହା ପୂର୍ବରୁ ବି ଜଣେ ବ୍ୟକ୍ତି ଦକ୍ଷିଣ-ପୂର୍ବ ଫ୍ରାନ୍ସରେ ଯାତ୍ରା ସମୟରେ ସମସ୍ତଙ୍କ ସାମ୍ନାରେ ମାକ୍ରନଙ୍କୁ ଥାପଡ ମାରିଥିଲେ ।
ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଭିଡିଓ କ୍ଲିପରେ କଥିତ ଭାବେ ହଳଦିଆ ରଙ୍ଗର ଟି-ସର୍ଟ ପିନ୍ଧିଥିବା ଜଣେ ମହିଳା ରାଷ୍ଟ୍ରପତିଙ୍କୁ ଚାପୁଡା ମାରୁଥିବା ଦେଖାଯାଇଛି । ଆଉ ଏହି ସମୟରେ ରାଷ୍ଟ୍ରପତି କେଉଁଆଡେ ଯାଉଥିବା ଦେଖାଯାଇଛି । ଭିଡିଓ କ୍ଲିପରେ କଥିତ ଘଟଣା ସମୟରେ ସେହିଠାରେ ଥିବା କେତେଜଣ ଖବରଦାତାଙ୍କୁ ବି ଦେଖିବାକୁ ମିଳିଛି । ମିଡିଆ ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତିଙ୍କ ସୁରକ୍ଷାକର୍ମୀ ତୁରନ୍ତ ମହିଳା ଜଣଙ୍କୁ ସେଠାରୁ ଭିଡି ନେଇ ଗିରଫ କରିଥିଲେ ଓ ତାଙ୍କୁ ଜେଲ ପଠାଇ ଦିଆଯାଇଥିଲା । ନ୍ୟୁଜ ଏଜେନ୍ସି ଏଏନଆଇ କହିଛି ଏହା ଏକ ପୁରୁଣା ଭିଡିଓ ଯାହାକୁ ପୁଣିଥରେ ପ୍ରସାରଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri