ଫ୍ରାନ୍ସ ସିନେଟରେ ବିବାଦୀୟ ପେନସନ ବିଲକୁ ମଞ୍ଜୁରୀ…

ପ୍ୟାରିସ,୧୨।୩ : ପେନସନ ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ସରକାର ଆଣିଥିବା ବିଲକୁ ସିନେଟ ଅନୁମୋଦନ କରିଛି। ଶନିବାର ବିଳମ୍ବିତ ରାତିରେ ସିନେଟ ଏହି ସଂସ୍କାର ବିଲ ଅନୁମୋଦନ କରିବାକୁ ଭୋଟ ଦେଇଥିଲା। ମାକ୍ରୋନଙ୍କର ଦ୍ୱିତୀୟ କାର୍ଯ୍ୟକାଳର ମୂଳଦୁଆ ବୋଲି ବିବେଚନା କରାଯାଉଥିବା ଏହି ନୀତିକୁ ସାରା ଦେଶରେ ବିରୋଧ କରାଯାଉଛି। ସଂସ୍କାର ଅନୁଯାୟୀ ଅବସର ବୟସ ୬୨ ରୁ ୬୪ ବର୍ଷକୁ ବୃଦ୍ଧି କରାଯିବ। ଯାହାକୁ ଲୋକମାନେ ସପ୍ତାହେ ଧରି ରାସ୍ତାରେ ବିରୋଧ କରିଆସୁଛନ୍ତି।

ସିନେଟରେ ବିଲ ସପକ୍ଷରେ ୧୯୫ ଭୋଟ ପଡ଼ିଥିବାବେଳେ ବିରୋଧରେ ୧୧୨ ଭୋଟ ପଡ଼ିଥିଲା। ଏହି ଭୋଟ ପରେ ପେନସନ ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ ଦେଶ ଏକ ନୂତନ ନିୟମର ନିକଟତର ହୋଇଛି। ବର୍ତ୍ତମାନ ଏକ କମିଟି ଏକ ଚୂଡ଼ାନ୍ତ ଡ୍ରାଫ୍ଟ ପ୍ରସ୍ତୁତ କରିବେ, ଯାହା ଚୂଡ଼ାନ୍ତ ଭୋଟ ପାଇଁ ଉଭୟ ସିନେଟ ଏବଂ ଜାତୀୟ ସଭାରେ ଉପସ୍ଥାପିତ ହେବ ।

ପେନସନ ବିଲରେ ସଂସ୍କାରକୁ ଅନେକ ଲୋକ ଯୁବବର୍ଗମାନଙ୍କ ପ୍ରତି ଅନ୍ୟାୟ ବୋଲି ଭାବୁଛନ୍ତି। ସଂସ୍କାର ସମ୍ପର୍କରେ ପ୍ରତିବାଦକାରୀ ଯୁବବର୍ଗ କହିଛନ୍ତି ଯେ ଯଦି ଅବସର ବୟସ ବୃଦ୍ଧି ହୁଏ ତେବେ ଯୁବବର୍ଗମାନଙ୍କ ପାଇଁ ନୂତନ ଚାକିରି ସଂଖ୍ୟାରେ ହ୍ରାସ ଘଟିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ବୁଦ୍ଧି ଶିଖାଇଲା ଆମେରିକା

ଓ୍ବାଶିଂଟନ,୨୦ା୪: ଆମେରିକା ତିନୋଟି ଚାଇନିଜ୍‌ ଏବଂ ଗୋଟିଏ ବେଲାରୁଷ କମ୍ପାନୀକୁ ପାକିସ୍ତାନର କ୍ଷେପଣାସ୍ତ୍ର କାର୍ଯ୍ୟକ୍ରମ ପାଇଁ ଯନ୍ତ୍ରପାତି ଯୋଗାଇବାକୁ ବାରଣ କରିଛି। ଆମେରିକା ବୈଦେଶିକ ବିଭାଗ...

ଅନ୍‌ଲାଇନ୍‌ ଗେମ୍‌ ଖେଳି ଛାତ୍ରଙ୍କ ଜୀବନ ଗଲା

ଓ୍ବାଶିଂଟନ,୨୦ା୪: ଆମେରିକା କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ପଢୁଥିବା ଭାରତୀୟ ଛାତ୍ରଙ୍କ ପାଇଁ ଏକ ଗମ୍ଭୀର ତଥା ପ୍ରଥମ ଘଟଣା ଘଟିଛି। ଜଣେ ଛାତ୍ର ଅନ୍‌ଲାଇନ୍‌ ଗେମ୍‌...

ଗାଈର କଞ୍ଚା କ୍ଷୀରରୁ ମିଳିଲା H5N1 ବାର୍ଡ ଫ୍ଲୁ ଷ୍ଟ୍ରେନ୍‌; ସତର୍କ କଲା WHO

ନୂଆଦିଲ୍ଲୀ,୨୦।୪: ଆମେରିକାରେ ଗାଈର କଞ୍ଚା କ୍ଷୀରରେ ବାର୍ଡ ଫ୍ଲୁ ଭାଇରସ୍‌ ଷ୍ଟ୍ରେନ୍‌ ଏଚ୍‌୫ଏନ୍‌୧(H୫N୧) ଚିହ୍ନଟ ହୋଇଛି। ଏହାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଚିନ୍ତା ପ୍ରକଟ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri