ସୁବର୍ଣ୍ଣରେଖାରେ ବାରମ୍ବାର ବନ୍ୟା; ଖରିଫ ଧାନଚାଷ ବ୍ୟାପକ କ୍ଷତି

ଜଳେଶ୍ୱର, ୭ା୧୦(ଡି.ଏନ.ଏ.)-ଉତ୍ତର ବାଲେଶ୍ୱର ସହିତ ପଶ୍ଚିମବଙ୍ଗର ଉଦ୍‌ବୃତ୍ତ ବର୍ଷାପାଣି ଜଳେଶ୍ୱର, ଭୋଗରାଇ, ବାଲିଆପାଳର ବିସ୍ତୀର୍ଣ୍ଣ ଅଞ୍ଚଳ ଜଳମଗ୍ନ କରିଥିଲା। ସେହିପରି ସୁବର୍ଣ୍ଣରେଖା ନଦୀରେ ବାରମ୍ବାର ବନ୍ୟା ଦେଖାଦେବାରୁ ତଳିଆ ଅଞ୍ଚଳରେ ଦୀର୍ଘଦିନ ପାଣି ଜମିରହିଥିଲା। ଫଳରେ ଖରିଫ ଧାନଚାଷରେ ବ୍ୟାପକ କ୍ଷତି ଘଟିଛି ା ଏହି କ୍ଷତିର ପରିମାଣ ଆସନ୍ତା ଦିନରେ ବୃଦ୍ଧି ପାଇବ ବୋଲି ଜଣାଯାଇଛି ା
ଚଳିତବର୍ଷ ଜଳେଶ୍ୱରରେ ୨୦,୦୫୫ ହେକ୍ଟର ଜମିରେ ଖରିଫ ଧାନଚାଷ ରୁଆପୋତା ହୋଇଥିଲା ା ବର୍ଷା ଓ ବନ୍ୟା ଯୋଗୁ ୩୫୦୦ ହେକ୍ଟର ଜମି ଦୀର୍ଘଦିନ ଧରି ପାଣିରେ ବୁଡି ରହିଥିଲା ା ପରେ କୃଷି ଓ ରାଜସ୍ବ ବିଭାଗର ମିଳିତ ତଦନ୍ତ ପରେ ୩୩ ଭାଗରୁ କମ୍‌ ୯୪୧ ହେକ୍ଟର ଓ ୩୩ ପ୍ରତିଶତରୁ ଅଧିକ କ୍ଷତିଗ୍ରସ୍ତ ୫୫୫ ହେକ୍ଟର ଜମିର ଧାନ ନଷ୍ଟ ହୋଇଥିବା କୃଷି ବିଭାଗର ସହକାରୀ ଅଧିକାରୀ ରାଜଲକ୍ଷ୍ମୀ ମହାନ୍ତି ପ୍ରକାଶ କରିଛନ୍ତି। ଭୋଗରାଇରେ ଚଳିତବର୍ଷ ୧୭୬୩୩ ହେକ୍ଟର ଜମି ଆବାଦ କରିବାର ଲକ୍ଷ୍ୟଧାର୍ଯ୍ୟ କରାଯାଇଥିଲେ ମଧ୍ୟ ପ୍ରତିକୂଳ ପାଗ ଯୋଗୁ ୧୫୮୩୭ ହେକ୍ଟର ଜମିରେ ରୁଆପୋତା ହୋଇଥିଲା ା ଏଥିରୁ ୧୦ଦିନରୁ ଅଧିକ ସମୟ ୯୮୫୦ ହେକ୍ଟର ଜମି ପାଣି ବୁଡି ରହିଥିଲା ଓ ସେସବୁ ଧାନ ପଚିଯାଇଥିବା କୃଷି ବିଭାଗ ସୂତ୍ରରୁ ଜଣାପଡିଛି। ଧାନଚାଷ ବ୍ୟତୀତ ୧୧୩ ହେକ୍ଟର ଜମିରେ ଅଣଧାନଚାଷ ନଷ୍ଟ ହୋଇଥିବା ଜିଲା କୃଷି ଅଧିକାରୀ ଚନ୍ଦ୍ରଶେଖର ପାଢୀ ସୂଚନା ଦେଇଛନ୍ତି ା ସେହିପରି ବାଲିଆପାଳରେ ୧୭୦୬୧ ହେକ୍ଟର ଜମିରେ ଧାନଚାଷ କରାଯାଇଥିବା ବେଳେ ୨୦୦ହେକ୍ଟର ଜମି ଚାଷ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ପାଢି ସୂଚନା ଦେଇଛନ୍ତି ା କିନ୍ତୁ ଦୁଃଖର ବିଷୟ ବାସ୍ତବତାକୁ ଲକ୍ଷ୍ୟ ନ ରଖି କୃଷି ବିଭାଗ ରିପୋର୍ଟ ଦେଇଥିବା ବହୁ ଅଭିଜ୍ଞ ଚାଷୀ କହିଛନ୍ତି ା ବାସ୍ତବରେ ଅଧିକ ଚାଷ ନଷ୍ଟ ହୋଇଥିବା ସେମାନେ ସୂଚନା ଦେବା ସହ ଅନ୍ୟ ଏକ ତଦନ୍ତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri