ଘନଘନ ବିଦ୍ୟୁତ୍‌ କାଟ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡି,୨୫।୪(ଅରୁଣ ସାହୁ): ରାଜ୍ୟର ଚାରିଆଡେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଗତ କିଛିଦିନ ହେଲା ଘନଘନ ବିଦ୍ୟୁତ୍‌ କାଟକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ।

ପ୍ରକାଶ ଯେ, କିଛିଦିନ ହେଲା ଅଞ୍ଚଳରେ ୩୬ରୁ ୩୮ ଡିଗ୍ରୀ ତାପମାତ୍ରା ରହୁଥିବା ଦିନରେ ତାପମାତ୍ରା ଅସହ୍ୟ ଅନୁଭୁତ ହେଉଛି। ଗ୍ରୀଷ୍ମ ପ୍ରବାହକୁ ଅଞ୍ଚଳବାସୀ ସହ୍ୟ କରିବା ମୁସ୍କିଲ ହୋଇପଡିଛି। ଯେଉଁଠି ସେପ୍ଟେମ୍ବରଠାରୁ ଜାନୁୟାରୀ ପର୍ଯ୍ୟନ୍ତ ପ୍ରବଳ ଜାଡ଼ ସହ ତୁଷାରପାତ ହେଉଛି ସେଠି ଏବେ ଗୋଟିଏ ପ୍ରକାର ଅଗ୍ନିବର୍ଷା ହେଲା ଭଳି ଅନୁଭବ ହେଉଛି। ଫଳରେ ପରିବେଶବିଙ୍କ ମଧ୍ୟରେ ଚିନ୍ତା ବଢିଛି ।

ଗ୍ରୀଷ୍ମ ପ୍ରବାହ ପାଇଁ କାମଧନ୍ଦା ନ ଥିଲେ ଲୋକ ଘରୁ ପଦାକୁ ବାହାରୁନାହାନ୍ତି। ଫଳରେ ରାସ୍ତଘାଟ, ବଜାର ଜନ ଶୂନ୍ୟ ହୋଇପଡୁଛି। ବିଶେଷ କରି ମଧ୍ୟାନ୍ନ ୨ଟା ପରଠାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଲୋକେ ବାହାରକୁ ବାହାରି ପାରୁ ନାହିଁନ୍ତି।

ଅନ୍ୟପକ୍ଷେ ଗତ କିଛିଦିନ ହେଲା ଦିନ ୧୦ଟା ପରଠାରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଘନଘନ ବିଦ୍ୟୁତ୍‌ କାଟ ସାଙ୍ଗକୁ ଗରମ ଏବଂ ଗୁଳୁଗୁଳି ଲୋକଙ୍କ ସମସ୍ୟାକୁ ଦ୍ବିଗୁଣିତ କରୁଛି। କେତେବେଳେ ଜି. ଉଦୟଗିରି ଗ୍ରୀ ରୁ ବ୍ରେକଡାଉନ ହେଲା ବୋଲି କୁହାଯାଉଥିବା ବେଳେ କେତେବେଳେ କ. ନୂଆଗାଁଠାରୁ ଦାରିଙ୍ଗବାଡିକୁ ସଂଯୋଗ କରୁଥିବା ୩୩ କେଭି ବିଦ୍ୟୁତ ଲାଇନ ବ୍ରେକଡାଉନ ତ ଆଉ ବହୁ ସମୟ ଧରି ଦାରିଙ୍ଗବାଡି ଠାରୁ ୧୧ କେଭି ସଂଯୋଗ ହେଉଥିବା ସିମନବାଡି ଫିଡ଼ର ଅଚଳ ଯୋଗୁ ବିଦ୍ୟୁତ ଯୋଗାଣ ଘଣ୍ଟା ଘଣ୍ଟା ଧରି ଅଚଳ ହେଉଛି। ଫଳରେ ସାଧାରଣ ହିତାଧିକାରୀ କାହାକୁ କହିବ ଶୁଣିବ କିଏ ଭଳି ପରିସ୍ଥିତି ସୃଷ୍ଟି ହୋଇଛି।

ସରକାରଙ୍କ ଶକ୍ତି ବିଭାଗ ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ବିଦ୍ୟୁତ ଯୋଗାଣକୁ ନିୟମିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ ସୁଦ୍ଧା ପ୍ରତିଦିନ ଅଘୋଷିତ ବିଦ୍ୟୁତ୍‌ କାଟ ଏବେ ସାଧାରଣ ଲୋକଙ୍କୁ ହଟହଟା କରୁଛି। ଲୋକମାନେ ଗରମରେ ଆଉଟୁପାଉଟୁ ହେଉଛନ୍ତି। ଏପରିକି ବ୍ୟାଙ୍କ ସେବାଠାରୁ ଆରମ୍ଭ କରି ବ୍ୟବସାୟିକ ଅନୁଷ୍ଠାନ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ଜଣାପଡିଛି। ଏନେଇ ବିଭାଗୀୟ ଯନ୍ତ୍ରୀ ଶିବପ୍ରସାଦ ନାୟକଙ୍କୁ ପଚାରିବାରୁ ବ୍ରେକ ଡାଉନ ଯୋଗୁ ବିଦ୍ୟୁତ୍‌ ସେବା ଅଚଳ ହେଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?