Posted inଜାତୀୟ

ତାଜା ନିର୍ବାଚନୀ ବଣ୍ଡ ତଥ୍ୟ ସାର୍ବଜନୀନ କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୭ା୩: ରବିବାର ଭାରତୀୟ ନିର୍ବାଚନ ଆୟୋଗ ମାନ୍ୟବର ଉଚ୍ଚତମ ନ୍ୟାୟାଳୟଙ୍କ ଠାରୁ ପାଇଥିବା ନିର୍ବାଚନୀ ବଣ୍ଡ ତଥ୍ୟକୁ ସାର୍ବଜନୀନ କରିଛନ୍ତି। ଏହି ସମସ୍ତ ତଥ୍ୟ ୨୦୧୯ ନିର୍ବାଚନ ପୂର୍ବର ବୋଲି କୁହାଯାଉଛି। ଏହାର ପର ସମୟର ତଥ୍ୟକୁ ଆୟୋଗ ଗୁରୁବାର ପ୍ରକାଶ କରିଥିଲେ।

ମାନ୍ୟବର ଉଚ୍ଚତମ ନ୍ୟାୟାଳୟର ରେଜିଷ୍ଟ୍ରି ସିଲ୍ କଭରରେ ଥିବା ଏକ ପେନ୍ ଡ୍ରାଇଭରେ ଡିଜିଟାଇଜଡ୍ ରେକର୍ଡ ସହିତ ହାର୍ଡ କପି ଆୟୋଗକୁ ପ୍ରଦାନ କରିଥିଲେ। ଆୟୋଗ ଏହି ରେକର୍ଡକୁ ନିଜର ୱେବସାଇଟରେ ଅପଲୋଡ୍ କରିଛନ୍ତି। ୱେବସାଇଟରେ ନିର୍ବାଚନ ବଣ୍ଡ ଅପଲୋଡ଼ ଖବର ଆୟୋଗ ଏକ ବିବୃତ୍ତିରେ କହିଛନ୍ତି।

ଲୋକ ସଭା ନିର୍ବାଚନ ଘୋଷଣାର ଗୋଟିଏ ଦିନ ପରେ ଆୟୋଗ ଏହି ତଥ୍ୟ ପ୍ରକାଶ କରିଛନ୍ତି। ଏପ୍ରିଲ ୧୯ ତାରିଖରୁ ଜୁନ ୧ ତାରିଖ ମଧ୍ୟରେ ସାତୋଟି ପର୍ୟ୍ୟାୟରେ ନିର୍ବାଚନ ଆୟୋଜିତ ହେବ। ସଦ୍ୟ ପ୍ରକାଶିତ ତଥ୍ୟରେ କେବଳ ବଣ୍ଡର ତାରିଖ, ନାମ, ବଣ୍ଡ ସଂଖ୍ୟା, ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଶାଖା ପ୍ରଦାନ, ପ୍ରାପ୍ତ ତାରିଖ ଏବଂ ଋଣ ତାରିଖର ପ୍ରାଥମିକ ତଥ୍ୟ ଦର୍ଶାଯାଇଛି। ଏହା ବଣ୍ଡର ଅନନ୍ୟ ସଂଖ୍ୟା ପ୍ରକାଶ କରେ ନାହିଁ।

ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା କାର୍ଯ୍ୟକାରୀ ହେବାଠାରୁ ରାଜନୈତିକ ଦଳଗୁଡ଼ିକୁ ଏଥିରୁ ୧୬,୦୦୦ କୋଟି ଟଙ୍କାରୁ ଅଧିକ ଚାନ୍ଦା ମିଳିଛି। ଏଥିରୁ ଏକ ସିଂହଭାଗ ଶାସକ ଦଳ ଭାଜପାକୁ ମିଳିଥିଲା। ସୁପ୍ରିମକୋର୍ଟ ଉକ୍ତ ଯୋଜନାକୁ ରଦ୍ଦ କରିଦେବା ଭାଜପା ପାଇଁ ବଡ଼ ଝଟକା।

ନିର୍ବାଚନ କମିଶନ ଏବଂ ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ (ଏଡିଆର୍‌) ପାଖରେ ଥିବା ତଥ୍ୟ ଅନୁଯାୟୀ ଗତ ଆର୍ଥତ୍କ ବର୍ଷ ସୁଦ୍ଧା ସବୁ ରାଜନୈତିକ ଦଳ ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନାରେ ୧୨,୦୦୦ କୋଟି ଟଙ୍କାରୁ ଅଧିକ ପାଇଥିବାବେଳେ ସେଥିରୁ ଶାସକ ଭାଜପାର ଭାଗ ଥିଲା ୫୫ ପ୍ରତିଶତ ବା ୬,୫୬୫ କୋଟି ଟଙ୍କା।

ବିଭିନ୍ନ ରାଜ୍ୟରେ କ୍ଷମତାରେ ଥିବା ଆଞ୍ଚଳିକ ଦଳଗୁଡ଼ିକ ମୋଟ ଚାନ୍ଦାର ୯୦ ପ୍ରତିଶତରୁ ଅଧିକ ଉକ୍ତ ବଣ୍ଡ୍‌ରୁ ପାଇଛନ୍ତି। ତେବେ ମୋଟାମୋଟି ଦେଖିଲେ ଇଲେକ୍ଟୋରାଲ ବଣ୍ଡ୍‌ରୁ ରାଜନୈତିକ ଦଳଗୁଡ଼ିକୁ ମିଳୁଥିବା ଚାନ୍ଦା ମୋଟ ଆୟର ଅଧାରୁ ଅଧିକ।

ତାଲିକାରେ ଭାଜପା ପଛକୁ ୧୧୨୩ କୋଟି ଟଙ୍କା ସହ କଂଗ୍ରେସ ଦ୍ୱିତୀୟ ସ୍ଥାନକୁ ରହିଛି। ୧୦୯୨ କୋଟି ସହ ତୃଣମୂଳ କଂଗ୍ରେସ ତୃତୀୟରେ, ୭୭୪ କୋଟି ଟଙ୍କା ସହ ବିଜୁ ଜନତା ଦଳ ଚତୁର୍ଥରେ ରହିଛି। ସେହିଭଳି ୬୧୬ କୋଟି ସହିତ ଡିଏମକେ ପଞ୍ଚମରେ, ୩୮୩ କୋଟି ସହ ଟିଆରଏସ ଷଷ୍ଠରେ, ୱାଇଏସଆରସିପି ୩୮୨ କୋଟି ସହିତ ସପ୍ତମରେ, ଟିଡ଼ିପି ୧୪୬ କୋଟି ସହିତ ଅଷ୍ଟମରେ, ଏସଏଚଏସ ୧୦୧ କୋଟି ସହିତ ନବମର ଥିବା ବେଳେ ୯୪ କୋଟି ସହ ଏଏପି ଦଶମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?