ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୨ ଓ ୨୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୨ ତାରିଖରୁ ରାଜ୍ୟରେ ପୁଣି ବର୍ଷା ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଉତ୍ତର ଝାଡ଼ଖଣ୍ଡ, ସଂଲଗ୍ନ ଦକ୍ଷିଣ-ପଶ୍ଚିମ ବିହାର ଓ ଦକ୍ଷିଣ-ପୂର୍ବ ଉତ୍ତରପ୍ରଦେଶ ଉପରେ ଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଫଳରେ ରାଜ୍ୟରେ ବୁଧବାର ବର୍ଷା ହୋଇଥିଲେ ମଧ୍ୟ ଦିନସାରା ଖରା, ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ। କିନ୍ତୁ ଶୁକ୍ରବାର କିଛି ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ବେଳେ ୨୨ରୁ ପୁଣି ପ୍ରବଳ ବର୍ଷା ହେବ। ତେବେ ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି ହୋଇଛି। ସେହିପରି ୨୨ ତାରିଖରେ ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୫ଟି ଜିଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷାପବନ ହେବ। ବିଶେଷକରି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ନିଂ ଦିଆଯାଇଛି। ୨୫ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?