Posted inଜାତୀୟ

ଦିଲ୍ଲୀ ପ୍ରଦୂଷଣ ବିରୋଧରେ ବିକ୍ଷୋଭ: ପୋଲିସ୍ ଉପରେ ଚିଲି ସ୍ପ୍ରେ, ୬ ଅଟକ

ନୂଆଦିଲ୍ଲୀ,୨୩ା୧୧: ଦିଲ୍ଲୀର ଭୟଙ୍କର ବାୟୁ ପ୍ରଦୂଷଣକୁ ବିରୋଧ କରି ରବିବାର ସନ୍ଧ୍ୟାରେ ଇଣ୍ଡିଆ ଗେଟ୍ ଠାରେ ବିକ୍ଷୋଭ ହେବା ପରେ ପରିସ୍ଥିତି ଅସ୍ତବ୍ୟସ୍ତ ହୋଇପଡ଼ିଛି। ବିକ୍ଷୋଭକାରୀମାନେ ପୋଲିସ୍ ଉପରକୁ ମରିଚ ପାଉଡର (ଚିଲି ସ୍ପ୍ରେ) ମାଡ଼ କରିବାରୁ ୩-୪ ଜଣ ପୋଲିସ୍ ଆହତ ହୋଇଛନ୍ତି। ସେମାନଙ୍କୁ ରାମ ମନୋହର ଲୋହିଆ ହସ୍ପିଟାଲ୍‌ରେ ଚିକିତ୍ସା କରାଯାଉଛି।

ପୋଲିସ୍ ସୂଚନା ଅନୁଯାୟୀ, ଏହି ଘଟଣାରେ ୬ ଜଣ ବିକ୍ଷୋଭକାରୀଙ୍କୁ ଅଟକ ରଖାଯାଇଛି ଏବଂ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପୋଲିସ୍ କହିଛି ଯେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଦିଲ୍ଲୀରେ କେବଳ ଜନ୍ତର-ମନ୍ତରରେ ବିକ୍ଷୋଭ ପାଇଁ ଅନୁମତି ରହିଛି, ଇଣ୍ଡିଆ ଗେଟ୍‌ରେ ନୁହେଁ। ଇଣ୍ଡିଆ ଗେଟ୍‌ର ସି-ହେକ୍ସାଗନ୍ ଅଞ୍ଚଳରେ ବିକ୍ଷୋଭକାରୀମାନେ ବାରିକେଡ୍ ଭାଙ୍ଗି ରାସ୍ତାରେ ବସିପଡ଼ିଥିଲେ। ଆମ୍ବୁଲାନ୍ସ ଓ ମେଡିକାଲ୍ ଷ୍ଟାଫ୍‌ଙ୍କ ଯିବାଆସିବାରେ ବାଧା ଉପୁଜୁଥିବାରୁ ପୋଲିସ୍ ସେମାନଙ୍କୁ ହଟାଇବାକୁ ଚେଷ୍ଟା କରିଥିଲା, କିନ୍ତୁ ବିକ୍ଷୋଭକାରୀମାନେ ଉତ୍ତେଜିତ ହୋଇ ମରିଚ ପାଉଡର ସ୍ପ୍ରେ କରିଥିଲେ।

ନୂଆଦିଲ୍ଲୀର ଡିସିପି ଦେବେଶ କୁମାର ମହଲା ଏହି ଘଟଣାକୁ “ଅତ୍ୟନ୍ତ ଅଭାବନୀୟ” ବୋଲି କହିବା ସହ ପ୍ରଥମ ଥର ପାଇଁ ଟ୍ରାଫିକ୍ ଓ ଆଇନଶୃଙ୍ଖଳା ନିୟନ୍ତ୍ରଣ କରୁଥିବା ପୋଲିସ୍ ଉପରେ ମରିଚ ପାଉଡର ସ୍ପ୍ରେ ହୋଇଥିବା ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ, ଆମ୍ ଆଦମୀ ପାର୍ଟି (ଆପ୍) ମୁଖପାତ୍ର ପ୍ରିୟଙ୍କା କକ୍କଡ଼ ଏହି ପ୍ରଦୂଷଣକୁ “ଜାତୀୟ ସ୍ବାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି” ବୋଲି ଅଭିହିତ କରି କେନ୍ଦ୍ର ସରକାରଙ୍କୁ ଦାୟିତ୍ଵହୀନ ବୋଲି ଅଭିଯୋଗ କରିଛନ୍ତି।

ସୂଚନାଯୋଗ୍ୟ ଯେ, ରବିବାର ଦିଲ୍ଲୀର ସାମଗ୍ରିକ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ୩୯୧ ଛୁଇଁଛି, ଯାହା ‘ଅତି ଖରାପ’ ଶ୍ରେଣୀଭୁକ୍ତ। ୧୯ଟି ମନିଟରିଂ ଷ୍ଟେସନ୍‌ରେ ‘ବିପଦଜନକ’ ସ୍ତର ରେକର୍ଡ ହୋଇଛି ଏବଂ ଏହି ସ୍ଥିତି ଆସନ୍ତା ବୁଧବାର ପର୍ଯ୍ୟନ୍ତ ଜାରି ରହିବାର ପୂର୍ବାନୁମାନ କରାଯାଇଛି। ଏହି ହିଂସାତ୍ମକ ବିକ୍ଷୋଭ ପରେ ପ୍ରଦୂଷଣ ସମସ୍ୟା ଓ ସରକାରୀ ନିଷ୍କ୍ରିୟତାକୁ ନେଇ ରାଜନୈତିକ ବିବାଦ ଆହୁରି ତୀବ୍ର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri