ଆସନ୍ତାକାଲି ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସିଖବର। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳାଫଳ। ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷାଫଳ ବି ପ୍ରକାଶ ପାଇବ। କଟକ ବିଏସ୍‌ଇ ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ। ସନ୍ଧ୍ୟା ୬ଟାରୁ ବୋର୍ଡର ଓ୍ବେବସାଇଟ୍‌ରେ ଫଳାଫଳ ଉପଲବ୍ଧ ହେବ। ଓ୍ବେସାଇଟ୍‌ www.bseodisha.ac.inରେ ରେଜଲ୍ଟ ଉପଲବ୍ଧ ହେବ ବୋଲି ଜଣାପଡ଼ିଛି। ତେବେ ଇଣ୍ଟରନେଟ ସୁବିଧା ନ ଥିଲେ ଏସ୍‌ଏମ୍‌ଏସ୍‌ କରି ରେଜଲ୍ଟ ଜାଣିପାରିବେ ଛାତ୍ରଛାତ୍ରୀ। OR01<ROLL NO> ଲେଖି 5676750ରେ ଏସ୍‌ଏମ୍‌ଏସ୍‌ କରିପାରିବେ। ଗତ କିଛି ଦିନ ପୂର୍ବରୁ ଚଳିତ ଜୁନ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ସୂଚନା ଦେଇଥିଲେ। ସୂଚନାଯୋଗ୍ୟ, କରୋନା ସଂକ୍ରମଣ ଯୋଗୁ ଗତ ଏପ୍ରିଲ ୨୪ରେ ମାଟ୍ରିକ ପରୀକ୍ଷାକୁ ଆନୁଷ୍ଠାନିକ ଭାବେ ବାତିଲ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାପରେ ମାଟ୍ରିକ ଫଳାଫଳ ନେଇ ଚୂଡ଼ାନ୍ତ ପଦ୍ଧତିକୁ ବୋର୍ଡ ଅନୁମୋଦନ ଦେଇଥିଲା। ସେହି ଫର୍ମୁଲା ଅନୁଯାୟୀ, ନବମ ଓ ଦଶମ ଶ୍ରେଣୀର ମାର୍କ ଆଧାରରେ ମୂଲ୍ୟାୟନ କରାଯାଇଛି। ନବମର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ମାର୍କକୁ ବିଚାରକୁ ନିଆଯିବ ବୋଲି କୁହାଯାଇଥିଲା। ଦଶମର ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପ୍ରାକ୍ଟିସ ପରୀକ୍ଷା ମାର୍କକୁ ମଧ୍ୟ ବିଚାର କରାଯିବା ସହ ନବମର ୪୦ପ୍ରତିଶତ, ଦଶମର ୬୦ ପ୍ରତିଶତ ମାର୍କକୁ ଗୁରୁତ୍ୱ ଦିଆଯିବା ନେଇ ପ୍ରସ୍ତାବ ରହିଥିଲା। ତେବେ ଦଶମରେ କୌଣସି ପରୀକ୍ଷା ଦେଇ ନ ଥିଲେ ନବମ ମାର୍କକୁ ବିଚାର କରାଯିବ। ଦଶମରେ ଗୋଟିଏ ପରୀକ୍ଷା ଦେଇଥିଲେ ନବମର ୭୦ ପ୍ରତିଶତ ମାର୍କକୁ ଗୁରୁତ୍ୱ ଦିଆଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri