Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୯ ତାରିଖ – Daily Horoscope

ମେଷ
ଆଜି ଏକାଧିକ ଗ୍ରହ ଭାଗ୍ୟସ୍ଥାନକୁ ଦେଖୁଥିବାରୁ କୌଣସି କାମ ଅଟକି ରହିବନାହିଁ। ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ କରିବା ପାଇଁ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ନୂତନ ଯାନ୍ତ୍ରିକ ଜିନିଷ କିମ୍ବା ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
ପାରଷ୍ପରିକ ବୁଝାମଣା ମଧ୍ୟରେ ପରିବାରରେ ଶାନ୍ତି ଫେରି ଆସିବ। କର୍ମାଧିପଙ୍କ ଦୁର୍ବଳତା କାରଣରୁ କେହି ଜଣେ ପ୍ରତିବାଦର ସ୍ବର ଉଠାଇ କାମରେ ବିଘ୍ନ ଘଟାଇ ପାରନ୍ତି। କେତେକ କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାର ଆଶା ରହିଛି।
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ କେତୁଙ୍କ କୁପ୍ରଭାବରୁ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବେ। ନୂତନ ଯାନବାହନ କ୍ରୟ କରିବା କିମ୍ବା ଗୃହସଜ୍ଜା ପ୍ରତି ଆଗ୍ରହ ବଢିପାରେ। ବିବାଦୀୟ କ୍ଷେତ୍ରରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି।
କର୍କଟ
କର୍କଟ
ଚାରୋଟିଗ୍ରହ ବଳବାନ୍‌ ଥିବା ହେତୁ କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ପରିବାରରେ ପିଲାମାନଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।
ସି˚ହ
ସି˚ହ
ଏକାଦଶସ୍ଥ ଚନ୍ଦ୍ରଙ୍କ ଗ୍ରହ ସାନ୍ନିଧ୍ୟ କାରଣରୁ ଅଧିକାଂଶ କ୍ଷେତ୍ରରେ ଭାବପ୍ରବଣତା ବୃଦ୍ଧିପାଇବ। କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ସମସ୍ୟା ସମାଧାନ କରିବାକୁ ଯାଇ ଦୃଢ଼ତାର ସହ ପାରିବାରିକ ଶୃଙ୍ଖଳା ରକ୍ଷା କରିପାରିବେ।
କନ୍ୟା
କର୍ମଭାବସ୍ଥ ଗ୍ରହମାନଙ୍କ ସୁପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ବିଭିନ୍ନ ସମସ୍ୟା ମଧ୍ୟରେ ଉନ୍ନୟନ କାମ ବାଧାପ୍ରାପ୍ତ ହେବାରୁ ରକ୍ଷା ମିଳିଯିବ। କିନ୍ତୁ ବନ୍ଧୁ ଗହଣରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡିବେ। କଳା, ସାହିତ୍ୟ, କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।
ତୁଳା
ତୁଳା
ଆଜିର ଫେରନ୍ତା ବାଟରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଦଶମସ୍ଥ ଗ୍ରହଜନିତ କାରଣରୁ ଉପର ଅଧିକାରୀଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ସହକର୍ମୀମାନଙ୍କ କୃତ ମିଥ୍ୟାଗୁଜବ ସାମୟିକ ମନକୁ ଆତଙ୍କିତ କରିପାରେ। ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ବିଛା
ବିଛା
ଭାଗ୍ୟସ୍ଥଗ୍ରହ ଜନିତ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମ ହାସଲ କରି ସଫଳତା ପ୍ରାପ୍ତ କରିବେ। ପାରିବାରିକ କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବିଭିନ୍ନ ପ୍ରକାର କାର୍ଯ୍ୟବ୍ୟସ୍ତତା ମଧ୍ୟରେ ଖାଦ୍ୟପେୟ ଠିକ୍‌ ରହି ନ ପାରେ।
ଧନୁ
ଧନୁ
ଆଜି ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆକସ୍ମିକ ଭାବରେ ଆମୋଦ ପ୍ରମୋଦର ମଉକା ଜୁଟିବ। ବୃହସ୍ପତିଙ୍କ ପ୍ରଭାବରୁ ପଡ଼ୋଶୀଙ୍କ ସାହାଯ୍ୟ ହେତୁ ସମସ୍ୟାର ସମାଧାନ ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡିପାରେ। ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ।
ମକର
ମକର
ସମସ୍ୟାର ସରଳ ସମାଧାନ ହେବାରେ ବନ୍ଧୁମାନଙ୍କ ସାହାଯ୍ୟ ଓ ସହାନୁଭୂତି ଅବିସ୍ମରଣୀୟ ରହିବ। କୌଣସି ମୂଲ୍ୟବାନ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ହଠାତ୍‌ ଘରର ବରାଦ ଅନୁସାରେ ଗୃହୋପକରଣ କ୍ରୟ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଦୂର ହେବ।
କୁମ୍ଭ
କୁମ୍ଭ
ରାହୁଙ୍କ ପ୍ରଭାବରେ ବନ୍ଧୁ ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି। ସହକର୍ମୀମାନଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ଦୃଢ଼ ପଦକ୍ଷେପ ଗ୍ରହଣ କରିପାରନ୍ତି। ଆଜିର ପ୍ରାତଃ ଭ୍ରମଣ ବେଶ୍‌ ଆନନ୍ଦଦାୟକ ହେବ।
ମୀନମୀନ
ରାଶିସ୍ଥ ଗ୍ରହପ୍ରଭାବରୁ ନୂତନ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି। ପୂର୍ବଭାଦ୍ରପଦ ନକ୍ଷତ୍ର ବାରମ୍ବାର ଅସଫଳ ହେବା କାରଣରୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଆଜି ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହୋଇଯିବ। ବ୍ୟବସାୟ,ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବାର ଆଶା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର , ମେ ୫ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ଭ୍ରାତୃବର୍ଗ କିମ୍ବା ଆମତ୍ୀୟଙ୍କ ସହ ବିରୋଧଭାବ ଉଦ୍ରେକ କରିବାର ସୂଚନା ଜାଣିପାରିବେ। କୃତ୍ତିକା ନକ୍ଷତ୍ରର...

ରାଶିଫଳ: ଶନିବାର, ମେ ୪ ତାରିଖ – Daily Horoscope

ମେଷ ଆଜି ବନ୍ଧୁ ସମ୍ପର୍କହାନି, ସନ୍ତାନଙ୍କ ପାଇଁ ଦୁଶ୍ଚିନ୍ତା ଏବଂ କାମରେ ପ୍ରତିବନ୍ଧକ ଜନିତ ମନ ଅଶାନ୍ତ ରହିବ। ପୂର୍ବପ୍ରତିଷ୍ଠା, ସାମାଜିକ ସ୍ଥିତି, ଆତ୍ମୀୟଙ୍କ ସମର୍ଥନ...

ରାଶିଫଳ: ଶୁକ୍ରବାର, ମେ ୩ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ର ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ ପାରିବାରିକ ଜୀବନକୁ ସୁନ୍ଦର ସାବଲୀଳ କରିବେ। କର୍ମକ୍ଷେତ୍ରରେ ପ୍ରତିବନ୍ଧକ ରହିଥିଲେ ମଧ୍ୟ ଉଦ୍ୟମ ନିଷ୍ଫଳ ହେବନାହିଁ।...

ରାଶିଫଳ: ଗୁରୁବାର, ମେ ୨ ତାରିଖ – Daily Horoscope

ମେଷ ଚନ୍ଦ୍ର ଧନିଷ୍ଠା ନକ୍ଷତ୍ରସ୍ଥ ଯୋଗୁ ପାରିବାରିକ ସମସ୍ୟା, ପରିବହନରେ ଝଗଡା ଏବଂ କର୍ମକ୍ଷେତ୍ରରେ ବିବାଦର ଆଶଙ୍କା ରହିଛି। ପିଲା ମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ...

ରାଶିଫଳ: ବୁଧବାର, ମେ ୧ ତାରିଖ – Daily Horoscope

ମେଷ ରାଶିରେ ରବିଙ୍କ ସହ ଗୁରୁ ଓ ଶୁକ୍ରଙ୍କ ସଂଯୋଗ କାର୍ଯ୍ୟସିଦ୍ଧି ସହ ସମ୍ମାନଜନକ ସ୍ଥିତିରେ ଅବସ୍ଥାପିତ କରିବ। ସାଂଗଠନିକ ସ୍ଥିତି ସୁଦୃଢ଼ ରହିବା ସହ...

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆପଣ ସାଧାରଣ ସ୍ଥିତିରୁ ଅସାଧାରଣ ସ୍ଥିତିରେ ଉପନୀତ ହେବାର ସୁଯୋଗ ପ୍ରାପ୍ତ କରିବେ। ଏପରିକି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ...

ରାଶିଫଳ: ସୋମବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜି ନବମସ୍ଥ ଚନ୍ଦ୍ର ହେତୁ ପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଆମତ୍ୀୟତା ବେଶ୍‌ ଜମିବ। ବନ୍ଧୁଙ୍କ ସହ ଧାରକରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ...

ରାଶିଫଳ: ରବିବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ନିଜ ରାଶି ଓ ଦ୍ୱାଦଶ ସ୍ଥାନରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିବ। ଅଫିସ୍‌ କାମରୁ ଜମା ଫୁରୁସତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri