Posted inଫୁରସତ

ନୋଟ୍‌ ଉଡ଼ାଇବା ସମୟରେ ବରକନ୍ୟାଙ୍କ ଉପରେ ପଡ଼ିଗଲେ ବନ୍ଧୁ, ଆଉ ତା’ ପରେ…

ଏମିତି ବିବାହ ନାହିଁ ଯେଉଁଠି ବରକନ୍ୟାଙ୍କ ସାଙ୍ଗସାଥୀ ଉପସ୍ଥିତ ନ ଥିବେ। ବିବାହରେ ସାଙ୍ଗମାନେ ଥଟ୍ଟାମଜା କରି ବେଶ୍‌ ଆନନ୍ଦିତ ହୋଇଥାନ୍ତି। ବର୍ତ୍ତମାନ ସୋସିଆଲ ମିଡିଆରେ ବିବାହ ସମୟର ସେମିତି ଏକ ମଜାଳିଆ ଭିଡିଓ ଭାଇରାଲ ହେଉଛି।

ଏହି ଭିଡିଓରେ, ବରକନ୍ୟା ଷ୍ଟେଜ୍‌ ଉପରେ ବସିଥିବା ବେଳେ ତାଙ୍କ ଉପରେ ନୋଟ୍‌ ବର୍ଷା କରୁଛନ୍ତି କିଛି ବନ୍ଧୁ। କିନ୍ତୁ ମଝିରେ ବନ୍ଧୁ ଜଣଙ୍କ ଏପରି କଲେ ଯେ ଯାହା ବରଙ୍କୁ ପସନ୍ଦ ଆସିଲାନି। ସେ ହଠାତ୍‌ ରାଗିଗଲେ।

 

View this post on Instagram

 

A post shared by DIVYA SHARMA ™ (@divusharma_9)

ଭାଇରାଲ ହେଉଥିବା ଏହି ଭିଡିଓଟି ଇନ୍‌ଷ୍ଟାଗ୍ରାମରେ ଶେୟାର କରାଯାଇଛି। ଏଥିରେ ବରକନ୍ୟା ମଞ୍ଚ ଉପରେ ବସିଛନ୍ତି। ସେମାନଙ୍କ ସାମ୍ନାରେ ଠିଆ ହୋଇଥିବା ଦୁଇଜଣ ବନ୍ଧୁ ନୋଟ୍‌ ବର୍ଷା କରୁଛନ୍ତି। ପରେ ଜଣେ ବନ୍ଧୁ ନୋଟ୍‌ ଉଡ଼ାଇବା ସମୟରେ ବରକନ୍ୟାଙ୍କ ଉପରେ ପଡ଼ି ଯାଉଛନ୍ତି। ଏହା ଦେଖି ଖୁବ୍‌ ଜୋରରେ ବର ଜଣକ ରାଗି ବନ୍ଧୁଙ୍କୁ ଚାପୁଡ଼ା ମାରିବା ସହ ସେଠାରୁ ଚାଲିଯିବାକୁ କହିଥିଲେ।

ଭିଡିଓଟିକୁ ବର୍ତ୍ତମାନ ସୁଦ୍ଧା ୧ ଲକ୍ଷରୁ ଅଧିକ ଲୋକ ପସନ୍ଦ କରିଛନ୍ତି। ଲୋକମାନେ ଭିଡିଓରେ ମଜାଳିଆ ମନ୍ତବ୍ୟ ମଧ୍ୟ ଦେଉଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଏତେ ଟଙ୍କା ଉଡ଼ାଇବାର କ’ଣ ଆବଶ୍ୟକତା କ’ଣ। ସେହିପରି ଅନ୍ୟ ଜଣେ ଲେଖିଛନ୍ତି, ମିଳିଗଲା ତ ପୁରସ୍କାର।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri