ବିଶ୍ୱାସରେ ବିଷ: ସାଙ୍ଗ ସ୍ତ୍ରୀଙ୍କୁ ବଳାତ୍କାର ପରେ ମାରିଦେଲେ

ଢେଙ୍କିକୋଟ,୪।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଘଟଗାଁ ଥାନା ଢେଙ୍କିକୋଟ ଫାଣ୍ଡି ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ବିଶ୍ୱାସରେ ବିଷ ଦେଇ ଜଣେ ବ୍ୟକ୍ତି ତାଙ୍କ ସାଙ୍ଗଙ୍କ ସ୍ତ୍ରୀଙ୍କୁ ବଳାତ୍କାର ପରେ ଜୀବନରୁ ମାରିଦେଇଥିବା ଅଭିଯୋଗ ହୋଇଛି। ନୃଶଂସ ବ୍ୟକ୍ତିଜଣକ ମୃତ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କ ଯୌନାଙ୍ଗରେ ଶାଳ ବେଣ୍ଟ ପୂରାଇଦେଇଥିବା ଅଭିଯୋଗରେ ଦର୍ଶାଯାଇଛି। ଏନେଇ ପୋଲିସ ଏକ ହତ୍ୟା ମାମଲା (ନଂ.୧୫୨/୨୨) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ଖାଳିଆବେଡ଼ା ଗ୍ରାମର ପୁରସ୍ତମ ନାୟକ।

ପୋଲିସ ସୂଚନା ଅନୁଯାୟୀ, ମୃତ ମହିଳାଙ୍କ ସ୍ବାମୀ ଓ ଖାଳିଆବେଡ଼ା ଗ୍ରାମର ପୁରସ୍ତମ ନାୟକଙ୍କ ମଧ୍ୟରେ ନିବିଡ଼ ବନ୍ଧୁତା ଥିଲା। ଦୁହେଁ ଦୁହିଁଙ୍କ ଘରକୁ ଯିବା ଆସିବା କରୁଥିଲେ। ଗତ ରବିବାର ରାତିରେ ପୁରସ୍ତମ ସାଙ୍ଗଙ୍କ ଘରକୁ ଯାଇଥିଲେ। ସେଠାରେ ମଦ ମାଂସ ଖାଇ ଦୁହେଁ ମଉଜ କରିଥିଲେ। ସାଙ୍ଗ ଶୋଇପଡ଼ିବା ପରେ ପୁରସ୍ତମ ତାଙ୍କ ସ୍ତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପରେ କୌଣସି କାରଣରୁ ଉତ୍ତ୍ୟକ୍ତ ହୋଇ ସେ ମହିଳାଙ୍କ ଯୌନାଙ୍ଗରେ ଏକ ଶାଳ ବେଣ୍ଟ ପୂରାଇ ଦେଇଥିଲେ। ଫଳରେ ମହିଳାଙ୍କର ମାତ୍ରାଧିକ ରକ୍ତସ୍ରାବ ହୋଇଥିଲା। ସୋମବାର ସକାଳେ ସେ ଆଉ ଉଠିପାରି ନ ଥିଲେ।

ଅସୁସ୍ଥ ଥିବା ଭାବି ତାଙ୍କ ସ୍ବାମୀ ଗୁଣିଗାରେଡ଼ି ପୂଜାପାଠ କରିଥିଲେ। ମାତ୍ର ସେ ଭଲ ନ ହେବାରୁ ମଙ୍ଗଳବାର ତାଙ୍କୁ ଝାରବେଡ଼ା ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ନ ଥିବାରୁ ଆୟୁଷ ଡାକ୍ତର ପଣ୍ଡାପଡ଼ା ଡାକ୍ତରଖାନାକୁ ରେଫର କରିଦେଇଥିଲେ। ସେତେବେଳକୁ ମହିଳାଙ୍କର ମୃତ୍ୟୁ ହୋଇଯାଇଥିଲା। ମୃତଦେହକୁ ଘରକୁ ଫେରାଇ ଆଣି ସ୍ବାମୀ ପୋତି ଦେଇଥିଲେ। କିନ୍ତୁ ମୃତ୍ୟୁ ପୂର୍ବରୁ ମହିଳା ଜଣକ ତାଙ୍କ ସାନ ଝିଅଙ୍କୁ ସବୁ କଥା କହିଯାଇଥିଲେ। ମା’ଙ୍କ ମୃତ୍ୟୁ ପରେ ସାନ ଝିଅ ତାଙ୍କ ବଡ଼ ନାନୀଙ୍କୁ ଏ ବିଷୟରେ ଜଣାଇଥିଲେ। ବଡ଼ ନାନୀ ବୁଧବାର ଘଟଗାଁ ଥାନାରେ ଏନେଇ ଲିଖିତ ଅଭିଯୋଗ କରିଥିଲେ। ଆଇଆଇସି ପ୍ରତିଭା ସାହୁ ଓ ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅଧିକାରୀ ତରଣୀସେନ ବାଘ ଘଟଣାସ୍ଥଳରେ ପହଞ୍ଚି ଛାନଭିନ କରିଥିଲେ। ମାଜିଷ୍ଟ୍ରେଟ ଘଟଗାଁ ତହସିଲଦାର ଜନକ କୁମାର ନାୟକଙ୍କ ଉପସ୍ଥିତିରେ ପୋଲିସ ମାଟି ତଳୁ ମୃତଦେହ ବାହାର କରି ବ୍ୟବଚ୍ଛେଦ ପାଇଁ କେନ୍ଦୁଝର ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri