ଭଉଣୀ ଘରକୁ ଯିବା ପାଇଁ ଡାକି ସାଙ୍ଗକୁ ହତ୍ୟା କଲା ସାଙ୍ଗ, ୪ ଦିନ ପରେ ମିଳିଲା…

ଆନନ୍ଦପୁର,୩ା୭(ସୁଶାନ୍ତ କୁମାର ସାହୁ): ସାଙ୍ଗକୁ ନିଜ ଭଉଣୀ ଘରକୁ ଯିବାକୁ ଡାକିନେଇ ହତ୍ୟା କରିଛି ସାଙ୍ଗ। ଘଟଣାର ୪ଦିନ ପରେ ଜଙ୍ଗଲରୁ ମିଳିଲା ନାବାଳକଙ୍କ ମୃତଦେହ। ମୋବାଇଲ ବିବାଦରୁ ହତ୍ୟାକାଣ୍ଡ ହୋଇଥିବା ପରିବାର ପକ୍ଷରୁ ଅଭିଯୋଗ ପରେ ଅଭିଯୁକ୍ତ ସାଙ୍ଗକୁ ଅଟକ ରଖି ପୋଲିସ ତଦନ୍ତ ଚଳାଇଛି। ମୃତକ ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ରାଇଘାଟି ଗାଁ ସିଲାୟଙ୍କ ୧୪ ବର୍ଷୀୟ ପୁଅ ଗୁସା। ଗତ ରବିବାର ଦିନ ଗାଁର ପାସିଂ ହୋଙ୍କ ପୁଅ କୁଣ୍ଡିଆ ଆସି ଗୁସାକୁ ନିଜ ଭଉଣୀ ଘରକୁ ଯିବାକୁ କହି ଘରୁ ଡାକିନେଇଥିଲ। ପରଦିନ କୁଣ୍ଡିଆ ଫେରିଲା ହେଲେ ଗୁସାଙ୍କର ଦେଖା ଦର୍ଶନ ନ ଥିଲା। ତେବେ ଗତକାଲି ଗାଁଠାରୁ ୨କିିମି ଦୂରରେ ଥିବା ଜଙ୍ଗଲରେ ଗୁସାଙ୍କ ମୃତଦେହ ପଡ଼ିଥିବା ଦେଖି ଲୋକେ ପରିବାରକୁ ଖବର କରିଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି। କିଛି ମାସ ତଳେ ଉଭୟ ଗୁସା ଓ କୁଣ୍ଡିଆ ପଣ୍ଡିଚେରୀରେ କାମ କରୁଥିଲେ। ସେହି ସମୟରେ ଗୁସା ଏକ ମୋବାଇଲ କିଣିଥିବାବେଳେ କୁଣ୍ଡିଆ ତାକୁ ଲୁଚାଇ ଦେଇଥିଲା। ଏହି ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ବିବାଦ ହୋଇଥିଲା। ତେବେ ପରେ ଉଭୟ ମିଳିମିଶି ଯାଇଥିଲେ। ତେବେ ସେହି ରାଗକୁ କେନ୍ଦ୍ରକରି କୁଣ୍ଡିଆ ଗୁସାକୁ ମାରିଥିବା ସନ୍ଦେହ କରିଛନ୍ତି ପରିବାର ଲୋକେ। ଅଭିଯୋଗ ପରେ ପୋଲିସ କୁଣ୍ଡିଆଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri