ଭଉଣୀ ଘରକୁ ଯିବା ପାଇଁ ଡାକି ସାଙ୍ଗକୁ ହତ୍ୟା କଲା ସାଙ୍ଗ, ୪ ଦିନ ପରେ ମିଳିଲା…

ଆନନ୍ଦପୁର,୩ା୭(ସୁଶାନ୍ତ କୁମାର ସାହୁ): ସାଙ୍ଗକୁ ନିଜ ଭଉଣୀ ଘରକୁ ଯିବାକୁ ଡାକିନେଇ ହତ୍ୟା କରିଛି ସାଙ୍ଗ। ଘଟଣାର ୪ଦିନ ପରେ ଜଙ୍ଗଲରୁ ମିଳିଲା ନାବାଳକଙ୍କ ମୃତଦେହ। ମୋବାଇଲ ବିବାଦରୁ ହତ୍ୟାକାଣ୍ଡ ହୋଇଥିବା ପରିବାର ପକ୍ଷରୁ ଅଭିଯୋଗ ପରେ ଅଭିଯୁକ୍ତ ସାଙ୍ଗକୁ ଅଟକ ରଖି ପୋଲିସ ତଦନ୍ତ ଚଳାଇଛି। ମୃତକ ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ରାଇଘାଟି ଗାଁ ସିଲାୟଙ୍କ ୧୪ ବର୍ଷୀୟ ପୁଅ ଗୁସା। ଗତ ରବିବାର ଦିନ ଗାଁର ପାସିଂ ହୋଙ୍କ ପୁଅ କୁଣ୍ଡିଆ ଆସି ଗୁସାକୁ ନିଜ ଭଉଣୀ ଘରକୁ ଯିବାକୁ କହି ଘରୁ ଡାକିନେଇଥିଲ। ପରଦିନ କୁଣ୍ଡିଆ ଫେରିଲା ହେଲେ ଗୁସାଙ୍କର ଦେଖା ଦର୍ଶନ ନ ଥିଲା। ତେବେ ଗତକାଲି ଗାଁଠାରୁ ୨କିିମି ଦୂରରେ ଥିବା ଜଙ୍ଗଲରେ ଗୁସାଙ୍କ ମୃତଦେହ ପଡ଼ିଥିବା ଦେଖି ଲୋକେ ପରିବାରକୁ ଖବର କରିଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି। କିଛି ମାସ ତଳେ ଉଭୟ ଗୁସା ଓ କୁଣ୍ଡିଆ ପଣ୍ଡିଚେରୀରେ କାମ କରୁଥିଲେ। ସେହି ସମୟରେ ଗୁସା ଏକ ମୋବାଇଲ କିଣିଥିବାବେଳେ କୁଣ୍ଡିଆ ତାକୁ ଲୁଚାଇ ଦେଇଥିଲା। ଏହି ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ବିବାଦ ହୋଇଥିଲା। ତେବେ ପରେ ଉଭୟ ମିଳିମିଶି ଯାଇଥିଲେ। ତେବେ ସେହି ରାଗକୁ କେନ୍ଦ୍ରକରି କୁଣ୍ଡିଆ ଗୁସାକୁ ମାରିଥିବା ସନ୍ଦେହ କରିଛନ୍ତି ପରିବାର ଲୋକେ। ଅଭିଯୋଗ ପରେ ପୋଲିସ କୁଣ୍ଡିଆଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri