ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି । ଘଟଣାସ୍ଥଳରେ ବ୍ରଜରାଜନଗର ଏସଡିପିଓ ଚିନ୍ତାମଣି ପ୍ରଧାନ, ଥାନାଧିକାରୀ ଧବଳେଶ୍ୱର ସାହୁ ରାମପୁର ଫାଣ୍ଡି ଅଧିକାରୀ ସୁଦର୍ଶନ ବେହେରା, ଏଏସଆଇ ଅଭୟ ମହାନ୍ତି ସାଇଣ୍ଟିଫିକ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ମୃତକଙ୍କ ବାପା ସତ୍ୟନାରାୟଣ ସାଇସ ଦେଇଥିବା ତଥ୍ୟ ଅନୁଯାୟୀ ତାଙ୍କ ପୁତ୍ର ସାହିଲ ସାଇସ (୧୯) ଚଳିତ ମାସ ୧ ତାରିଖ ସନ୍ଧ୍ୟାରୁ ଘରୁ ନିଖୋଜ ଥିଲେ। ଅନେକ ଖୋଜାଖୋଜି ପରେ ସେ ମିଳିନଥିଲେ। ବୁଧବାର ତାଙ୍କ ପୁଅକୁ ତାର ସାଙ୍ଗମାନେ ମାରି ଟାଙ୍ଗରା ଘାଟ ଜଙ୍ଗଲରେ ଫିଙ୍ଗି ଦେଇଥିବାର ସନ୍ଧାନ ପାଇଥିଲେ । ସନ୍ଦେହରେ ଜଣକୁ ଆଣି ବ୍ରଜରାଜନଗର ଥାନାରେ ପହଞ୍ଚାଇଥିଲେ। ସାଙ୍ଗ ଦେଇଥିବା ବୟାନକୁ ଆଧାର କରି ପୋଲିସ ଗୁରୁବାର ସକାଳୁ ଜଙ୍ଗଲ ଖୋଜାଖୋଜି କରି ମୃତଦେହକୁ ଠାବ କରିଥିଲେ। ମୃତଦେହରେ ଅନେକ କ୍ଷତ ଚି଼ହ୍ନ ରହିଥିବାବେଳେ ମୃତଦେହକୁ ଜରିରେ ପ୍ୟାକ୍‌ କରି ପକେଇଦେଇଥିଲେ । ଏ ସଂକ୍ରାନ୍ତରେ ବ୍ରଜରାଜନଗର ଥାନା କେସ୍‌ ନମ୍ବର ୩୦/୨୦୨୬ ରେ ଏକ ମାମଲା ରଜୁ ହୋଇ ଦୁଇ ଜଣ ସାଙ୍ଗକୁ ପୋଲିସ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri