ସାଙ୍ଗଙ୍କ ଛୁରାମାଡ଼ରେ ସାଙ୍ଗ ମୃତ

କେନ୍ଦ୍ରାପଡ଼ା, ୨୬ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅଞ୍ଚଳରେ ନିଶା ସେବନ ସମୟରେ ସାଙ୍ଗଙ୍କ ଛୁରାମାଡରେ ସାଙ୍ଗ ତ୍ରିଲୋଚନ ମଲ୍ଲିକ (୩୦)ଙ୍କ ସୋମବାର ମୃତ୍ୟୁ ହୋଇଛି। ତ୍ରିଲୋଚନଙ୍କ ଘର ଥାନା ଅନ୍ତର୍ଗତ ଧୂମାତ ଶାସନସ୍ଥିତ ଚାରିଗାଁ । ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ, ଚାରିଗାଁ ନିକଟ କେନାଲ ବନ୍ଧ ଉପରେ ତ୍ରିଲୋଚନ ଓ ଅନ୍ୟ ୪ଜଣ ମିଶି ନିଶା ସେବନ କରୁଥିଲେ। କୌଣସି କାରଣରୁ ଜଣେ ସାଙ୍ଗ ଉତ୍ତ୍ୟକ୍ତ ହୋଇ ତ୍ରିଲୋଚନଙ୍କୁ ଛୁରାମାଡ଼ କରିଥିଲେ। ଫଳରେ କାନ୍ଧ ଓ ଛାତିରେ ବିଭିନ୍ନ ସ୍ଥାନରେ କ୍ଷତ ହୋଇଥିଲା। ଏହି ସମୟରେ ସାଙ୍ଗମାନେ ଘଟଣାସ୍ଥଳରୁ ଫେରାର ପରେ ସ୍ଥାନୀୟ ଲୋକେ ତାଙ୍କୁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ନେଇଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏ ସମ୍ପର୍କରେ ନିକିରେଇ ଥାନା ଅଧିକାରିଣୀ ଜ୍ୟୋତିର୍ମୟୀ ସେଠୀ କହିଛନ୍ତି, ଘଟଣା ସମ୍ପର୍କରେ ଜାଣିବା ପରେ ତଦନ୍ତ ଆରମ୍ଭ ହୋଇଛି। ଫୋରେନସିକ ବିଭାଗ ଘଟଣାସ୍ଥଳର ଟିକିନିଖି ଅନୁସନ୍ଧାନ ଚଳାଇଛନ୍ତି। ତ୍ରିଲୋଚନଙ୍କ ନାମରେ ଚୋରି, ଅପହରଣ, ଦାଦାଗିରି, ଅସ୍ତ୍ର ରଖିବା ଆଦି ଘଟଣାରେ ଜିଲାରେ ୧୦ରୁ ଊର୍ଦ୍ଧ୍ୱ ମାମଲା ରହିଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri