ସାଙ୍ଗଙ୍କ ଛୁରାମାଡ଼ରେ ସାଙ୍ଗ ମୃତ

କେନ୍ଦ୍ରାପଡ଼ା, ୨୬ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅଞ୍ଚଳରେ ନିଶା ସେବନ ସମୟରେ ସାଙ୍ଗଙ୍କ ଛୁରାମାଡରେ ସାଙ୍ଗ ତ୍ରିଲୋଚନ ମଲ୍ଲିକ (୩୦)ଙ୍କ ସୋମବାର ମୃତ୍ୟୁ ହୋଇଛି। ତ୍ରିଲୋଚନଙ୍କ ଘର ଥାନା ଅନ୍ତର୍ଗତ ଧୂମାତ ଶାସନସ୍ଥିତ ଚାରିଗାଁ । ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ, ଚାରିଗାଁ ନିକଟ କେନାଲ ବନ୍ଧ ଉପରେ ତ୍ରିଲୋଚନ ଓ ଅନ୍ୟ ୪ଜଣ ମିଶି ନିଶା ସେବନ କରୁଥିଲେ। କୌଣସି କାରଣରୁ ଜଣେ ସାଙ୍ଗ ଉତ୍ତ୍ୟକ୍ତ ହୋଇ ତ୍ରିଲୋଚନଙ୍କୁ ଛୁରାମାଡ଼ କରିଥିଲେ। ଫଳରେ କାନ୍ଧ ଓ ଛାତିରେ ବିଭିନ୍ନ ସ୍ଥାନରେ କ୍ଷତ ହୋଇଥିଲା। ଏହି ସମୟରେ ସାଙ୍ଗମାନେ ଘଟଣାସ୍ଥଳରୁ ଫେରାର ପରେ ସ୍ଥାନୀୟ ଲୋକେ ତାଙ୍କୁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ନେଇଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏ ସମ୍ପର୍କରେ ନିକିରେଇ ଥାନା ଅଧିକାରିଣୀ ଜ୍ୟୋତିର୍ମୟୀ ସେଠୀ କହିଛନ୍ତି, ଘଟଣା ସମ୍ପର୍କରେ ଜାଣିବା ପରେ ତଦନ୍ତ ଆରମ୍ଭ ହୋଇଛି। ଫୋରେନସିକ ବିଭାଗ ଘଟଣାସ୍ଥଳର ଟିକିନିଖି ଅନୁସନ୍ଧାନ ଚଳାଇଛନ୍ତି। ତ୍ରିଲୋଚନଙ୍କ ନାମରେ ଚୋରି, ଅପହରଣ, ଦାଦାଗିରି, ଅସ୍ତ୍ର ରଖିବା ଆଦି ଘଟଣାରେ ଜିଲାରେ ୧୦ରୁ ଊର୍ଦ୍ଧ୍ୱ ମାମଲା ରହିଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri