ସାଙ୍ଗଙ୍କ ବଡ଼ଭାଇ କରିଥିଲେ ବଳାତ୍କାର, ମିଳିଲା ୨୦ ବର୍ଷ ଜେଲ ଦଣ୍ଡ

ଫୁଲବାଣୀ,୧୭।୭(ରାକେଶ ରାଉତ): ଏକ ବଳାତ୍କାର ମାମଲାର ବିଚାର କରି ମଙ୍ଗଳବାର ଫୁଲବାଣୀ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ରାଜେଶ ଦାସ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୧ ଲକ୍ଷ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଏହା ଅନାଦାୟ ଅଧିକ ୧୩ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଟିକାବାଲି ଥାନା ଅଞ୍ଚଳର ବନମାଳୀ ପ୍ରଧାନ (୨୭)।
ଟିକାବାଲି ଥାନା ଅଞ୍ଚଳର ଜଣେ ନାବାଳିକା ପାଠ ପଢ଼ିବା ପାଇଁ ଜଣେ ନାବାଳିକା ସାଙ୍ଗ ଘରକୁ ଯାଉଥିଲେ। ଦୀର୍ଘ ଦିନ ହେଲା ଯାଉଥିବାରୁ ଏହାର ସୁଯୋଗ ନେଇ ସାଙ୍ଗଙ୍କ ବଡ଼ଭାଇ ବନମାଳୀ ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ପୀଡ଼ିତାଙ୍କୁ ପ୍ରେମ ଜାଲରେ ଫସାଇଥିଲେ। ଏହା ପରେ ବିଭିନ୍ନ ସମୟରେ ତାଙ୍କୁ ବଳାତ୍କାର କରୁଥିଲେ। ଏ ନେଇ କାହାରିକୁ କହିଲେ ଜୀବନରେ ମାରିଦେବାକୁ ଅଭିଯୁକ୍ତ ଧମକ ଦେଉଥିଲେ। ଏଥିରେ ଅଥୟ ହୋଇ ପୀଡ଼ିତା ଜଣକ ସାଙ୍ଗ ଘରକୁ ନ ଯିବାରୁ ବନମାଳୀ ଆସିବା ପାଇଁ ବାଧ୍ୟ କରୁଥିଲେ। କିନ୍ତୁ ପୀଡ଼ିତା ଭୟରେ ଘରେ କିଛି କହୁ ନ ଥିଲେ। ଅନେକ ସମୟରେ ପୀଡ଼ିତାଙ୍କ ଦେହ ଅସୁସ୍ଥ ରହୁଥିଲା। ଏନେଇ ପରିବାର ଲୋକେ ବହୁ ଚିନ୍ତାରେ ରହୁଥିଲେ। ଦିନେ ପୀଡ଼ିତା ତାଙ୍କ ବଡ଼ ଭଉଣୀଙ୍କ ସହିତ ଗାଁ ନାଳକୁ ଗାଧୋଇବା ପାଇଁ ଯାଇଥିଲେ। ବଡ଼ ଭଉଣୀ ସାନଭଉଣୀ ଶରୀରରେ କିଛି ପରିବର୍ତ୍ତନ ଦେଖି ତାଙ୍କୁ ଅନେକ ପ୍ରଶ୍ନ କରିଥିଲେ। ଏହି ସମୟରେ ପୀଡ଼ିତା ଘଟଣା ସମ୍ପର୍କରେ ବଡ଼ ଭଉଣୀଙ୍କୁ କହିଥିଲେ। ବଡ଼ ଭଉଣୀଠାରୁ ପରିବାର ଲୋକେ ଶୁଣି ୨୦୨୨ ନଭେମ୍ବର ୧୯ରେ ଟିକାବାଲି ଥାନାରେ ଏତଲା ଦେଇଥିଲେ। ପୋଲିସ ୮୭ା୨୨ରେ ଏକ ମାମଲା ରୁଜୁ କରି ବନମାଳୀଙ୍କୁ କୋର୍ଟ ଚାଲାଣ କରିଥିଲା।ଉପଯୁକ୍ତ ୧୪ ଜଣଙ୍କ ସାକ୍ଷ୍ୟ ପ୍ରମାଣ, ଡାକ୍ତରୀ ରିପୋର୍ଟ ଏବଂ ଅନ୍ୟାନ୍ୟ ତଥ୍ୟକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ପୀଡିତାଙ୍କୁ ୬ ଲକ୍ଷ କ୍ଷତିପୂରଣ ଦେବା ପାଇଁ ଜିଲା ଆଇନ ସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପି.ପି ଅସୀମ ପ୍ରହରାଜ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri