Posted inଜାତୀୟ

ବନ୍ଧୁତା ବଳାତ୍କାର ପାଇଁ ଲାଇସେନ୍ସ ନୁହେଁ: ଜାମିନ ଆବେଦନ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨୩ା୧୦: ଜଣେ ୧୭ ବର୍ଷୀୟ ନାବାଳିକାକୁ ବାରମ୍ବାର ବଳାତ୍କାର କରିଥିବା ଅଭିଯୋଗରେ ଜଣେ ଯୁବକର ଆଗୁଆ ଜାମିନ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। କୋର୍ଟ କହିଛନ୍ତି ଯେ କାହା ସହିତ ବନ୍ଧୁତା ରଖିବା ବଳାତ୍କାର, ଅଟକ ରଖିବା କିମ୍ବା ଶାରୀରିକ ହିଂସା ପାଇଁ କୌଣସି ଲାଇସେନ୍ସ ନୁହେଁ। ଜଷ୍ଟିସ୍ ସ୍ୱରଣ କାନ୍ତ ଶର୍ମା ଅକ୍ଟୋବର ୧୭ ତାରିଖରେ ଶୁଣାଣି କରି ଏହି ପୋକ୍ସୋ (POCSO) ମାମଲାରେ ଯୁବକର ଆବେଦନକୁ ଖାରଜ କରି ଦେଇଛନ୍ତି।

ଅଭିଯୁକ୍ତ ଯୁବକ ଯୁକ୍ତି ବାଢ଼ିଥିଲା ଯେ ପୀଡ଼ିତାଙ୍କ ସହ ତାଙ୍କର ବନ୍ଧୁତା ଥିଲା ଏବଂ ସମ୍ପର୍କ ସହମତିରେ ଥିଲା। ଏହାକୁ ଖାରଜ କରି କୋର୍ଟ କହିଛନ୍ତି, “ଯଦିଓ ଉଭୟଙ୍କ ମଧ୍ୟରେ ବନ୍ଧୁତା ଥିଲା, ତଥାପି ଏହି ବନ୍ଧୁତା ଅଭିଯୁକ୍ତକୁ ପୀଡ଼ିତା ସହ ବାରମ୍ବାର ବଳାତ୍କାର କରିବା, ତାକୁ ବନ୍ଧୁ ଘରେ ଅଟକ ରଖିବା ଏବଂ ନିର୍ଦ୍ଦୟ ଭାବେ ପିଟିବା ପାଇଁ କୌଣସି ଅଧିକାର ଦିଏ ନାହିଁ।”

ଏଫ୍.ଆଇ.ଆର୍. ଦାଖଲରେ ୧୧ ଦିନ ବିଳମ୍ବ ହେବା ଯୁକ୍ତିକୁ ମଧ୍ୟ କୋର୍ଟ ଅଗ୍ରାହ୍ୟ କରିଥିଲେ। ପୀଡ଼ିତାଙ୍କ ଭୟ ଓ ଆଘାତକୁ ଦୃଷ୍ଟିରେ ରଖି ଏହି ବିଳମ୍ବ ସ୍ୱାଭାବିକ ବୋଲି କୋର୍ଟ ମତ ଦେଇଥିଲେ। ଅଭିଯୋଗର ଗମ୍ଭୀରତା ଏବଂ ମେଡିକାଲ୍ ପ୍ରମାଣ ଥିବାରୁ ଅଦାଲତ ଯୁବକର ଆଗୁଆ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri