ଇଡ୍‌କୋ ମ୍ୟାନେଜରଙ୍କ ଅମାପ ସମ୍ପତ୍ତି: ଚାରିଆଡ଼େ ଲାଗିଛି ଡିଜିଟାଲ୍ ଲକର୍, ରିମୋଟ୍ ଟିପିଲେ ଖୋଲୁଛି ଗେଟ୍

ଭୁବନେଶ୍ୱର,୬।୧୧: ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରି ଜବତ କରିଛି ପୁଳା ପୁଳା ସମ୍ପତ୍ତି। ସବୁ କବାଟ, ଝରକା, ଆଲମିରାରେ ସବୁଆଡ଼େ ଲାଗିଛି ଡିଜିଟାଲ୍ ଲକର୍। ପ୍ରଚୁର ଟଙ୍କା ଖର୍ଚ୍ଚ କରି ୭ହଜାର ବର୍ଗଫୁଟରେ ୩ ମହଲା ଘର କରିଥିବା ବେଳେ ଏହାର ଦାମ୍ ପ୍ରାୟ ୧୦ କୋଟିରୁ ଅଧିକ ହେବ ବୋଲି କୁହାଯାଉଛି।

ଏହି ଘର ଏତେ ବିଳାଶପୂର୍ଣ୍ଣ ଥିଲା ତାହା ଏଥିରୁ ଅନୁମାନ କରିହେବ ଯେ, ଏଠାରେ ୩୨ ଟା ଫ୍ୟାନ୍ ୧୨ ଟା ଏସି ଲାଗିଛି। କେବେଳ ଏତିକି ନୁହେଁ ଦୁର୍ନୀତିଗ୍ରସ୍ତ ବାବୁଙ୍କ ଗେଟରେ ମଧ୍ୟ ଲାଗିଛି ସେନ୍ସର। ସ୍ୱିଚ୍ ଚିପିଲେ ଗେଟ୍ ବନ୍ଦ ସ୍ୱିଚ୍ ଚିପିଲେ ଖୋଲୁଛି।

ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୁନିୟର ମ୍ୟାନେଜର ବିଜୟ ଉଦୟସିଂହଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ରେଡ୍ କରାଯାଇଥିଲା। ଚଢ଼ାଉ ପରେ ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ବାବୁଙ୍କର ଭୁବନେଶ୍ବର ଆର୍ଯ୍ୟ ବିହାରରେ ୪ ମହଲା କୋଠା ରହିଛି,ଏହାର ଦାମ୍ ପ୍ରାୟ ୧୦ କୋଟିରୁ ଅଧିକ ହେବ। ସେହିଭଳି ପୁରୀରେ ଗୋଟିଏ ଫ୍ଲାଟ, ଭୁବନେଶ୍ବର ଓ ଖୋର୍ଦ୍ଧାରେ ୩ଟି ଘର ରହିଛି। ୩୩ ଲକ୍ଷର ବ୍ୟାଙ୍କ ଜମା ସହ ନଗଦ ସାଢ଼େ ୪ ଲକ୍ଷ ଟଙ୍କା ମଧ୍ୟ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

India T20I Squad: ଘୋଷଣା ହେଲା ଟି-୨୦ ପାଇଁ ଟିମ ଇଣ୍ଡିଆ; ଶ୍ରେୟସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୬।୬: ବିସିସିଆଇ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ନୂତନ ଅଧିନାୟକ…

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri