ସରସ୍ବତୀ ଶିଶୁ ମନ୍ଦିର ଶିକ୍ଷକରୁ ସରପଞ୍ଚ, ଏବେ ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ; କିଛି ଏଭଳି ଥିଲା ମୋହନ ମାଝୀଙ୍କ ରାଜନୈତିକ କ୍ୟାରିୟର

ଭୁବନେଶ୍ୱର,୧୧।୬: ଦୀର୍ଘଦିନର ଚର୍ଚ୍ଚାରେ ଲାଗିଛି ବିରାମ। କେନ୍ଦୁଝର ମାଟିର ଆଦିବାସୀ ପୁଅ ମୋହନ ଚରଣ ମାଝୀ ହେବେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ ଚେହେରା। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ମୋହର ବାଜିଛି। ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ମୋହନଙ୍କ ଉପରେ ଦଳ ଆସ୍ଥା ପ୍ରକଟ କରିଥିବା ବେଳେ କିଭଳି ଥିଲା ତାଙ୍କର ରାଜନୈତିକ ଜୀବନର ଆରମ୍ଭ ସେନେଇ ଜାଣିବାକୁ ଉତ୍କଣ୍ଠା ବଢ଼ିଛି।

ପତ୍ନୀ ପ୍ରିୟଙ୍କା ମାରାଣ୍ଡି ଦେଇଥିବା ସାକ୍ଷାତକାରରେ ମୋହନଙ୍କୁ ନେଇ ବଡ଼ ସୂଚନା ଦେଇଛନ୍ତି। ସେ ପ୍ରଥମେ ସରସ୍ବତୀ ଶିଶୁ ମନ୍ଦିରରେ ଶିକ୍ଷକ ଭାବେ କାର୍ଯ୍ୟ କରିଥିଲେ। ପରେ ସେ ସରପଞ୍ଚ ପାଇଁ ଲଢ଼ି ବିଜୟୀ ହୋଇଥିଲେ। ସେବେଠାରୁ ରାଜନୀତିରେ ତାଙ୍କର ମୂଳଦୁଆ ପଡ଼ିଥିଲା।

ପରେ ସେ ୨୦୦୦ରେ ଓଡ଼ିଶା ବିଧାନସଭା ଲାଗି ଭାଜପା ଟିକେଟରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଲଢ଼ି ବିଜେତା ହୋଇଥିଲେ। ୨୦୦୪ରେ ମଧ୍ୟ ସେ ସମାନ ଆସନରୁ ଲଢ଼ି ନିର୍ବାଚିତ ହୋଇଥିଲେ। ହେଲେ ୨୦୦୯, ୨୦୧୪ ନିର୍ବାଚନରେ ତାଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଏଥିରେ ସେ ହାର ମାନି ନ ଥିଲେ। ସେ ପୁନର୍ବାର ୨୦୧୯ରେ ନିର୍ବାଚନ ଲଢ଼ି ବିଜେତା ହୋଇଥିଲେ। ୨୦୨୪ରେ ମଧ୍ୟ ଭାଜପା ତାଙ୍କୁ ପ୍ରାର୍ଥୀ କରିଥିଲା। ଏଥିରେ ସେ ୮୭୮୧୫ ଖଣ୍ଡ ଭୋଟରେ ବିଜୟୀ ହୋଇଥିଲେ। ବିଜେଡି ପ୍ରାର୍ଥୀ ମୀନା ମାଝୀଙ୍କୁ ସେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ଦୀର୍ଘ ବର୍ଷର ରାଜନୈତିକ କ୍ୟାରିୟର ସହ ନିର୍ମଳ ଭାବମୂର୍ତ୍ତୀ, ଦଳ ପ୍ରତି ସମର୍ପଣ ଭାବକୁ ଦୃଷ୍ଟିରେ ରଖି ତାଙ୍କୁ ନେତା ଭାବେ ଚୟନ କରାଯାଇଥିବା ଚର୍ଚ୍ଚା ହେଉଛି। ସେ ପ୍ରତିକ୍ରିୟା ରଖି ଓଡ଼ିଶାକୁ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ସଂକଳ୍ପ ନେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri